ଭୁବନେଶ୍ୱର,୨୮ା୬: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ସକ୍ରିୟ ମୌସୁମୀ ପ୍ରଭାବରେ ବର୍ଷା ଜାରି ରହିଛି।ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆହୁରି ୩ ଦିନ ରାଜ୍ୟରେ ବର୍ଷା ଜାରି ରହିବ। ଆଜି ୩ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ମୂଷଳଧାରରେ ବର୍ଷା ହେବ। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୩ ଜିଲ୍ଲା ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲାର କିଛି ସ୍ଥାନରେ ୧୨ରୁ ୨୦ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ।ସେହିପରି ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କଟକ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |