ନୂଆଦିଲ୍ଲୀ,୨୮ା୬: ବର୍ଷାରେ ଭୁଶୁଡ଼ିଲା ଦିଲ୍ଲୀ ଇନ୍ଦିରା ଗାନ୍ଧି ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ-୧ର ଛାତ । ଦିଲ୍ଲୀରେ ପ୍ରବଳ ବର୍ଷା କାରଣରୁ ସବୁଠି ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି। ଗତକାଲି ରାତିରୁ ବର୍ଷା ଲାଗି କରହିବାରୁ ଇନ୍ଦିରା ଗାନ୍ଧି ଇଣ୍ଟରନ୍ୟାସନାଲ୍ ଏୟାରପୋର୍ଟର ଏକ ନଂ ଟର୍ମିନାଲ୍ ଛାତ ଭୁଶୁଡ଼ି ପଡ଼ିଥିଲା। ଫଳରେ ତଳେ ଥିବା ଏକାଧିକ କାର୍ ଉପରେ ପଡ଼ିଥିଲା ସିଲିଂର ଭଗ୍ନାବେଶ।ଏଥିରେ ଜଣେ କ୍ୟାବ୍ ଡ୍ରାଇଭରଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି। ଛାତ ଭଗ୍ନାଂବଶେଷ ତଳେ କିଛି କାର୍ ଚାପି ହୋଇଛି। କାର ଭିତରେ ଥିବା ଲୋକ ଆହତ ହୋଇଛନ୍ତି। ଭୋର ସାଢ଼େ ୫ଟା ବେଳେ ଏହି ଅଘଟଣ ଘଟିଛି।। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ଉଦ୍ଧାରକାରୀ ଟିମ୍ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।ଦିଲ୍ଲୀ ବିମାନବନ୍ଦର ଛାତ ଭୁଶୁଡିବା ଘଟଣାରେ ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି। ସଦ୍ୟତମ ରିପୋର୍ଟ ଅନୁସାରେ, ଏହି ଦୁର୍ଘଟଣାରେ ତିନି ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ଏକାଧିକ ଆହତଙ୍କ ଚିକିତ୍ସା ଚାଲିଛି। ସେପଟେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ କିଞ୍ଜାରାପୁ ମୃତକ ଓ ଆହତଙ୍କ ପାଇଁ କ୍ଷତିପୂରଣ ଘୋଷଣା କରିଛନ୍ତି ।ଏପଟେ ଟର୍ମିନାଲ-୧କୁ ସାମୟିକ ପାଇଁ ବନ୍ଦ ରଖିଛନ୍ତି ବିମାନ ବନ୍ଦର କର୍ତ୍ତୃପକ୍ଷ । ଏଥିସହ ଯାତ୍ରୀଙ୍କ ସୁରକ୍ଷା ଲାଗି ଚେକ୍ ଇନ୍ କାଉଣ୍ଟରକୁ ମଧ୍ୟ ବନ୍ଦ ରଖାଯାଇଛି । କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ ଟ୍ବିଟରେ ଉଲ୍ଲେଖ କରିଛନ୍ତି, ଛାତ ଭୁଶୁଡିବା ଘଟଣାରେ ନିଜେ ସେ ଏନେଇ ମନଟରିଂ କରୁଛନ୍ତି । ଯଥାସମ୍ଭବ ଭଶୁଡିବା ସାଇଟରେ କାମ ଚାଲିଛି । ଏଥିସହ ଯେଉଁ ବିମାନଯାତ୍ରୀ ଟର୍ମିନାଲ ୱାନରେ ବିଭିନ୍ନ ସମସ୍ୟାରେ ସମ୍ମୁଖୀନ ହୋଇଛନ୍ତି, ସେମାନଙ୍କୁ ସହଯୋଗ ପାଇଁ । ଏଥିସହ ଆହତଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |