ମନୋଜ ଆହୁଜା ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ନିଯୁକ୍ତ

ଭୁବନେଶ଼୍ବର, ୨୮।୦୬: ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ମନୋଜ ଆହୁଜାଙ୍କୁ ବଡ଼ ଦାୟିତ଼୍ବ ଦେଇଛନ୍ତି ରାଜ୍ୟ ସରକାର । ମନୋଜ ଆହୁଜା ଆଜି ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ମନୋଜ ଆହୁଜାଙ୍କ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ (ଜିଏ) ଓ ସାଧାରଣ ଅଭିଯୋଗ (ପିଜି) ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।୧୯୯୦ ବ୍ୟାଚ୍‌ର ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ। ସେ କେନ୍ଦ୍ର କୃଷି ଓ କୃଷକ ସଶକ୍ତୀକରଣ ସଚିବ ଥିଲେ। ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଜୁନ୍ ୩୦ ତାରିଖରେ ଅବସର ନେବେ। ସେ ଅବସର ଗ୍ରହଣ କରିବା ପରେ ମନୋଜ ଆହୁଜା ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିବେ। ମୁଖ୍ୟ ଶାସନ ସଚିବ ସହିତ ମନୋଜ ଆହୁଜା ସାଧାରଣ ପ୍ରଶାସନ (ଜିଏ) ଓ ସାଧାରଣ ଅଭିଯୋଗ (ପିଜି)ର ସଚିବ ଭାବେ ମଧ୍ୟ ଦାୟିତ୍ୱ ଗ୍ରହଣ କରିବେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!