ପୁରୀ, ୨୮।୬: ଶ୍ରୀକ୍ଷେତ୍ରକୁ ଭାରତ ବର୍ଷର ସର୍ବଶ୍ରେଷ୍ଠ ତୀର୍ଥ କ୍ଷେତ୍ର ଭାବେ ପରିଗଣିତ କରାଯିବ। ଶୁକ୍ରବାର ଅପରାହ୍ନରେ ଆଇନ,ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପୁରୀ ଗସ୍ତରେ ଆସି ରଥଯାତ୍ରା ଆୟୋଜନ ସମ୍ପର୍କରେ କ୍ଷେତ୍ର ପରିଦର୍ଶନ ଓ ଅନୁଧ୍ୟାନ କରି ଏଭଳି ମନ୍ତବ୍ୟ ଦେଇଛନ୍ତି।ଏହି ଗସ୍ତ କାଳରେ ମନ୍ତ୍ରୀ ସର୍କିଟ ହାଉସ୍ଠାରେ ପହଞ୍ଚି ମନ୍ତ୍ରୀ ଜିଲାପାଳ ଓ ଏସ୍ପିଙ୍କ ସହ ଆଲୋଚନା କରିବା ପରେ ସମଙ୍ଗ ପାର୍କିଂ ସ୍ଥାନ ପରିଦର୍ଶନ କରିଥିଲେ। ଶ୍ରଦ୍ଧାଳୁମାନଙ୍କ ଗାଡି ସେଠାରେ ପାର୍କିଂ ବ୍ୟବସ୍ଥା କରାଯାଇଥିବାରୁ ଆବଶ୍ୟକୀୟ ସୁବିଧା ପ୍ରସ୍ତୁତ ରଖିବା ପାଇଁ ମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହା ପରେ ଗଦାଧର ହାଇସ୍କୁଲ ଓ ପରେ ଶ୍ରୀମନ୍ଦିର ନିକଟରେ ଅତିଥିମାନଙ୍କ ପ୍ରସ୍ତାବିତ ବସିବା ସ୍ଥାନକୁ ଅନୁଧ୍ୟାନ କରିଥିଲେ। ସିଂହଦ୍ବାରଠାରୁ ବଡ଼ଦାଣ୍ଡରେ ଯେପରି ଶ୍ରଦ୍ଧାଳୁମାନେ ସୁବିଧାରେ ରହି ମହାପ୍ରଭୁଙ୍କ ଦର୍ଶନ କରିବେ ଓ ରଥ ଟାଣିବେ ସେଥିନେଇ ମନ୍ତ୍ରୀ ତାହାର ଅନୁଧ୍ୟାନ କରିଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |