ଭୁବନେଶ଼୍ବର, ୨୮।୦୬: ରେଳ ମନ୍ତ୍ରଣାଳୟ ଚଳିତ ବର୍ଷ ୬ ଜୁଲାଇରୁ ୧୯ ଜୁଲାଇ ପର୍ଯ୍ୟନ୍ତ ତୀର୍ଥଯାତ୍ରୀମାନଙ୍କ ସୁବିଧାଜନକ ଯାତ୍ରା ପାଇଁ ପ୍ରଭୁ ଜଗନ୍ନାଥ ରଥ ଯାତ୍ରା ସମୟରେ ପୁରୀକୁ ଏବଂ ପୁରୀ ଠାରୁ ୩୧୫ ଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ଯୋଜନା କରିଛି। ରଥଯାତ୍ରାରେ ଚାଲିବ ୩୧୫ ସ୍ୱତନ୍ତ୍ର ଟ୍ରେନ୍।ପୁରୀରେ ଏଥର ଦୁଇ ଦିନ ରଥଯାତ୍ରା। ଘୋଷଯାତ୍ରା ଦିନ ଭକ୍ତଙ୍କୁ ଶ୍ରୀମନ୍ଦିର ପ୍ରବେଶ ବ୍ୟାନ୍। ନବଯୌବନ ଦର୍ଶନ ବି ସମ୍ପୂର୍ଣ୍ଣ ବାରଣ। ବିକ୍ରି ହେବନି ପହଣ୍ଡି ଟିକେଟ୍। ସିଧା ରଥ ଉପରେ ଦିଅଁ ଦର୍ଶନ କରିବେ ଶ୍ରଦ୍ଧାଳୁ। ଗତକାଲି ଛତିଶା ନିଯୋଗରେ ଅନୁମୋଦିତ ରଥଯାତ୍ରା ନୀତିକାନ୍ତି ଓ ବ୍ୟବସ୍ଥାବଳୀ ଉପରେ ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ମୋହର ବାଜିବା ପରେ ସ୍ପଷ୍ଟ ହୋଇଛି ଘୋଷଯାତ୍ରାର ଚିତ୍ର।ଗତ ବର୍ଷ ଅପେକ୍ଷା ଏଥର ଅଧିକ ଟ୍ରେନ୍ ଚାଲିବ। ଚଳିତ ବର୍ଷ ଗୁଣ୍ଡିଚା ଯାତ୍ରା ଦୁଇ ଦିନ ଧରି ପାଳନ କରାଯାଉଛି । ପୂର୍ବ ରଥ ଯାତ୍ରା ଉତ୍ସବରୁ ଅଭିଜ୍ଞତାକୁ ନଜରକୁ ନେଇ ପୂର୍ବତଟ ରେଳପଥ ଓଡିଶାର ବିଭିନ୍ନ ସ୍ଥାନ ସହିତ ପଡୋଶୀ ରାଜ୍ୟରୁ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ଯୋଜନା କରିଛି । ଚଳିତ ବର୍ଷ ଜୁନାଗଡ଼ ରୋଡ, ସମ୍ବଲପୁର, କେନ୍ଦୁଝରଗଡ, ପାରାଦୀପ, ଭଦ୍ରକ, ଅନୁଗୁଳ, ଗୁଣୁପୁର, ବାଙ୍ଗିରିପୋସି ବ୍ୟତୀତ ନୂତନ ଭାବେ ବାଦାମପାହାଡ, ରାଉରକେଲା, ବାଲେଶ୍ୱର, ସୋନପୁର ଏବଂ ଦଶପଲ୍ଲା ଠାରୁ ସ୍ୱତନ୍ତ୍ର ଟ୍ରେନ୍ ପୁରୀକୁ ଚଳାଚଳ କରିବ ।ଆଜି ଏନେଇ ସୂଚନା ଦେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସମେତ ଦୁଇ ଉପମୁଖ୍ୟମନ୍ତ୍ରୀ ରେଳ ମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ରେଳ ମନ୍ତ୍ରୀ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ ନେଇ ସୂଚନା ଦେଇଛନ୍ତି। ତାସହ ଏଥର ରଥଯାତ୍ରାରେ ଅଧିକ ବ୍ୟବସ୍ଥା ହେବ। ୧୫ ହଜାର ଯାତ୍ରୀ ପୁରୀ ଷ୍ଟେସନରେ ରହଣୀ ନେଇ ବି ବ୍ୟବସ୍ଥା ହେବ ବୋଲି ସେ ଦୋହରାଇଛନ୍ତି। ସେପଟେ ପୁରୀରେ ରଥଯାତ୍ରା ଦେଖିବେ ମହାମହିମ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏଥର ଶ୍ରୀଗୁଣ୍ଡିଚା ଯାତ୍ରାରେ ସାମିଲ ହେବେ। ଜୁଲାଇ ୬ରୁ ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି। ୯ ତାରିଖ ଯାଏ ରହିବେ। ୬ ତାରିଖ ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେହିଦିନ ଉତ୍କଳମଣିଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗ ଦେବେ। ୭ ତାରିଖରେ ଯିବେ ପୁରୀ।ଏହା ବ୍ୟତୀତ ସାନ୍ଧ୍ୟା ଦର୍ଶନ, ବାହୁଡା ଯାତ୍ରା ଏବଂ ସୁନା ବେଶ ପାଇଁ ମଧ୍ୟ ସ୍ୱତନ୍ତ୍ର ଟ୍ରେନ୍ ଯୋଜନା କରାଯାଇଛି। ଚଳିତ ବର୍ଷ ରଥ ଯାତ୍ରାର ଅଧରପଣା ଉତ୍ସବ ପାଇଁ ମଧ୍ୟ ସ୍ୱତନ୍ତ୍ର ଟ୍ରେନ ଚଳାଇବାକୁ ପୂର୍ବତଟ ରେଳପଥ ଯୋଜନା କରିଛି । ଏଗୁଡିକ ବ୍ୟତୀତ, ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ରେଳପଥ ପକ୍ଷରୁ ଅଧିକ ସ୍ୱତନ୍ତ୍ର ଟ୍ରେନ୍ ଚଳାଇବାକୁ ମଧ୍ୟ ବ୍ୟବସ୍ଥା କରାଯିବ । ଉପରୋକ୍ତ ଉତ୍ସବ ଦିନ ମାନଙ୍କରେ ଅଧିକ ଭକ୍ତଙ୍କ ସମାବେଶ ଆଶଙ୍କା କରି ରେଳବାଇ ଭକ୍ତଙ୍କ ଚାହିଦାକୁ ଦୃଷ୍ଟିରେ ରଖି ଅଧିକ ସ୍ୱତନ୍ତ୍ର ଟ୍ରେନ୍ ଚଳାଇବାକୁ ସୁନିଶ୍ଚିତ କରିଛି
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |