ରାଜଘାଟରେ ମହାତ୍ମା ଗାନ୍ଧୀ ଓ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୨୯।୦୬: ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜଘାଟ ଯିବେ।  ମୁଖ୍ୟମନ୍ତ୍ରୀ ଓ  ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡା ରାଜଘାଟ ଯାଇ ମହାତ୍ମାଗାନ୍ଧୀଙ୍କ ସମାଧି ସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ।ସେହିପରି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସମାଧି ସ୍ଥଳରେ ବି ଶ୍ରଦ୍ଧାଞ୍ଜଳି ଜଣାଇବେ। ଏହାପରେ ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।ଅପରାହ୍ନ ଗୋଟାଏରେ ମୁଖ୍ୟମନ୍ତ୍ରୀ ଓ  ଦୁଇ ଉପ ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀ ସ୍ଥିତ ତ୍ୟାଗରାଜ ଜଗନ୍ନାଥ ମନ୍ଦିର ଯିବେ। ସନ୍ଧ୍ୟା ୬ଟାରେ ହଜଖାସ ଜଗନ୍ନାଥମନ୍ଦିରରେ ପ୍ରବାସୀ ଓଡ଼ିଆଙ୍କ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି। ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!