‘ରଥଯାତ୍ରାରେ ୧୫୦୦୦ ଯାତ୍ରୀଙ୍କ ପାଇଁ ଷ୍ଟେସନ୍‌ରେ ହେବ ରହିବା ବ୍ୟବସ୍ଥା

ପୁରୀ,୨୯।୬:ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦିର ରତ୍ନବେଦିରୁ ବାହାରି ରଥାରୂଢ ହୋଇ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିବେ। ମହାପ୍ରଭୁଙ୍କ ଘୋଷଯାତ୍ରା ଦେଖିବାକୁ ଶ୍ରୀକ୍ଷେତ୍ରରେ ଦେଶବିଦେଶର ଭକ୍ତଙ୍କ ସମାଗମ ହେବ। ପୁରୀରେ ରଥ ନିର୍ମାଣ କାମ ଜୋରସୋରରେ ଚାଲିଛି। ତିନି ରଥରେ ଖପୁରୀ ସମେତ ପାରାଭାଡ଼ିକୁ ମିଶାଇ ୧୩ ପରସ୍ତ ପୋଟଳ ସେଟିଙ୍ଗ ସମ୍ପୂର୍ଣ୍ଣ ହୋଇଛି। ମହାରଣା ସେବକମାନେ ତିନି ରଥର ପ୍ରଭାଫ୍ରେମ୍ ପ୍ରସ୍ତୁତ ପୂର୍ବକ ଫ୍ରେମରେ ପଟା ପକାଇ ଖିଲଣ କଟିଙ୍ଗ ଶେଷ କରିଛନ୍ତି। ପ୍ରଭାରେ ବାଙ୍କ ପଡ଼ି ରୂପ ଖୋଦେଇ ପଟା ସେଟିଙ୍ଗ ବାକି ରହିଛି।ଆଜି ତିନି ରଥର ବେଦୀ ସିଂହାସନ ପ୍ରସ୍ତୁତି ପାଇଁ ରଥ ଚାରି ନାହାକା ଆଗ ଏବଂ ପଛ ଢମକରେ ପାଞ୍ଚ ଗୋଟି ଲେଖାଏଁ ୨୦ ଫୁଟିଆ ଜଗତପୃଷ୍ଠ ସେଣୀ ପଡ଼ି କଣ୍ଟା ବସିବା ଶେଷ ହୋଇଛି।  ରଥଯାତ୍ରାରେ ଚାଲିବ ୩୧୫ ସ୍ୱତନ୍ତ୍ର ଟ୍ରେନ୍। ଗତ ବର୍ଷ ଅପେକ୍ଷା ଏଥର ଅଧିକ ଟ୍ରେନ୍ ଚାଲିବ। ଏନେଇ ସୂଚନା ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସମେତ ଦୁଇ ଉପମୁଖ୍ୟମନ୍ତ୍ରୀ ରେଳ ମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ରେଳ ମନ୍ତ୍ରୀ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ ନେଇ ସୂଚନା ଦେଇଛନ୍ତି । ତାସହ ଏଥର ରଥଯାତ୍ରାରେ ଅଧିକ ବ୍ୟବସ୍ଥା ହେବ। ୧୫ ହଜାର ଯାତ୍ରୀ ପୁରୀ ଷ୍ଟେସନରେ ରହଣୀ ନେଇ ବି ବ୍ୟବସ୍ଥା ହେବ ବୋଲି ସେ ଦୋହରାଇଛନ୍ତି।୧୫ ହଜାର ତୀର୍ଥଯାତ୍ରୀ ବିଶ୍ରାମ ନେବା ଭଳି ତୀର୍ଥଯାତ୍ରୀ ଅପେକ୍ଷା କ୍ଷେତ୍ର/ସେଡ୍‌ ନିର୍ମାଣ କରିବାକୁ ସ୍ଥିର ହୋଇଛି। ଏହାବ୍ୟତୀତ ସୁରକ୍ଷା ବ୍ୟବସ୍ଥା, କ୍ୟାଟରିଂ ସେବା, ମେଡିକାଲ ସୁବିଧା ଓ ଆମ୍ବୁଲାନ୍ସ, ଯାତ୍ରୀ, ତୀର୍ଥଯାତ୍ରୀଙ୍କ ସୁବିଧା ପାଇଁ ବିଦ୍ୟୁତ୍ ଯୋଗାଣ, ଜଳ ଯୋଗାଣ, ପରିଷ୍କାର ପରିଚ୍ଛନ୍ନତା, ନିରାପତ୍ତା, ପାନୀୟ ଜଳ ଓ ପର୍ଯ୍ୟାପ୍ତ ଶୌଚାଳୟ ଯୋଗାଇବା ଦିଗରେ ମଧ୍ୟ ବିଶେଷ ପଦକ୍ଷେପ ଗ୍ରହଣ କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!