ଭୁବନେଶ୍ୱର,୨୯।୬: ଜୁଲାଇ ପହିଲାରୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଅଭିଯୋଗ ଶୁଣାଣି ପାଇଁ ସକାଳ ୯ଟାରୁ ଦିନ ୧୨ଟା ମଧ୍ୟରେ ପଞ୍ଜୀକରଣ କରିବାକୁ ପଡ଼ିବ । ଆଗ୍ରହୀ ବ୍ୟକ୍ତି ସେଠାରେ ଉପସ୍ଥିତ ରହି ନିଜ ପଞ୍ଜୀକରଣ କରାଇ ପାରିବେ । ଏହାପରେ ସେମାନେ ତାଙ୍କ ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇ ପାରିବେ ।ଆଜି ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |