ବିଶ୍ୱ ଚାମ୍ପିୟନ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୩୦ା୬: ବିଶ୍ୱ ବିଜୟୀ ଭାରତୀୟ କ୍ରିକେଟ ଦଳକୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭାରତୀୟ କ୍ରିକେଟ ଦଳର ଏହି ଅଦ୍ଭୂତପୂର୍ବ ବିଜୟରେ ୧୪୦ କୋଟି ଭାରତୀୟଙ୍କ ତରଫରୁ ମୁଁ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି ବୋଲି ସେ କହିଛନ୍ତି। ଭାରତୀୟ ଖେଳାଳିଙ୍କ ଉପଲବ୍ଧିରେ ଦେଶର କୋଣ ଅନୁକୋଣରେ ପ୍ରତ୍ୟେକ ବ୍ୟକ୍ତି ଗର୍ବିତ। ୨୦ ଦେଶ ଅଂଶଗ୍ରହଣ କରିଥିବା ଟୁର୍ନାମେଣ୍ଟରେ ଗୋଟିଏ ବି ମ୍ୟାଚ୍‌ ନ ହାରି ଚାମ୍ପିୟନ ହେବା ଆମ ପାଇଁ ଅତ୍ୟନ୍ତ ଗର୍ବର ମୂହୂର୍ତ୍ତ ବୋଲି ସେ କହିଛନ୍ତି।

ବିଶ୍ୱ ଚାମ୍ପିୟନ ହୋଇ ଦ୍ୱିତୀୟ ଥର ପାଇଁ ଟି୨୦ ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳକୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ସମସ୍ତ ଖେଳାଳି ଓ ସପୋର୍ଟ ଷ୍ଟାଫଙ୍କୁ ଅଭିନନ୍ଦନ ଜଣାଇବା ସହ ଏହି ବିଜୟ ୧୪୦ କୋଟି ଭାରତୀୟଙ୍କ ମନରେ ଖୁସି ଭରି ଦେଇଛି ବୋଲି ସେ ସୋସିଆଲ ମିଡିଆ ସାଇଟ ଏକ୍ସରେ ପୋଷ୍ଟ କରିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!