ସେପ୍ଟେମ୍ବର ୧୭ ତାରିଖରୁ ସୁଭଦ୍ରା ଯୋଜନା ଆରମ୍ଭ ହେବ

ଭୁବନେଶ୍ୱର,୩୦।୬: ରାଜ୍ୟର ବିଜେପି ସରକାର   ଆସନ୍ତା ସେପ୍ଟେମ୍ବର ୧୭ତାରିଖରୁ ରାଜ୍ୟରେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବା ନିମନ୍ତେ ନିଷ୍ପତ୍ତି ନେଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ତାରିଖରେ ହୋଇଥିବାରୁ ଉକ୍ତଦିନ ହିଁ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାକୁ କାର୍ଯ୍ୟକାରୀ କରିବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି ।ରାଜ୍ୟର ସମସ୍ତ ମହିଳାଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର । ସେପ୍ଟେମ୍ବର ୧୭ ତାରିଖରୁ ଆରମ୍ଭ ହେବ ବହୁ ପ୍ରତିକ୍ଷିତ ସୁଭଦ୍ରା ଯୋଜନା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ରାଜ୍ୟର ପ୍ରତ୍ୟେକ ମହିଳାଙ୍କ ପାଇ ଏହି ଯୋଜନାର ଶୁଭାରମ୍ଭ ହେବ । ଏ ନେଇ ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀରେ ଘୋଷଣା କରିଛନ୍ତି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରଧାନମନ୍ତ୍ରୀ ନିଜେ ଓଡ଼ିଶା ଆସି ମହିଳାଙ୍କ ବିକାଶ ନିମନ୍ତେ ଏହି ଯୋଜନାର ଶୁଭାରମ୍ଭ କରିବେ । ଦିଲ୍ଲୀର ଏକ ସଭାରେ ଯୋଗ ଦେଇ ୫ ଲକ୍ଷ ମହିଳାଙ୍କ ଉପସ୍ତସ୍ଥିତିରେ ଏହି ଯୋଜନାର ଶୁଭାରମ୍ଭ ହେବ ବୋଲିବ ଘୋଷଣା  କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ  ଉକ୍ତଦିନ ୫ଲକ୍ଷ ମହିଳାଙ୍କୁ ଏହି ଯୋଜନାର ଭାଉଚର ଯୋଗାଇ ଦିଆଯିବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!