ଭୁବନେଶ଼୍ବର, ୩୦।୦୬: ଗତକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଉତ୍ତର ଓଡ଼ିଶା ସହ ପଶ୍ଚିମବଙ୍ଗ ଉପକୂଳରେ ସକ୍ରୀୟ ରହିଛି ।ଲଘୁଚାପ ପ୍ରଭାବରେ ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ବିଶେଷ କରି ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଂଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ତିନି ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ତେବେ ଆସନ୍ତାକାଲିଠୁ ବର୍ଷାର ପରିମାଣ କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ଥିବାରୁ ସମୁଦ୍ର ଅଶାନ୍ତ ରହିଛି । ଫଳରେ ଆଗାମୀ ତିନି ଦିନ ଲାଗି ସମୁଦ୍ରକୁ ନଯିବା ଲାଗି ମତ୍ସ୍ୟଜୀବୀଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଆଜି ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |