ମୁଖ୍ୟଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା

ଭୁବନେଶ୍ୱର,୩୦ା୬:ଓଡ଼ିଶାର ନୂଆ ମୁଖ୍ୟଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା। ଆଜି ସେ ଲୋକସେବା ଭବନ ଯାଇ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ମନୋଜ ଆହୁଜା ହେଉଛନ୍ତି ୧୯୯୦ ବ୍ୟାଚର ଆଇଏଏସ୍ ଅଫିସର୍।ପ୍ରଦୀପ ଜେନାଙ୍କ ପରେ ମୁଖ୍ୟ ଶାସନ ସଚିବ ଭାବେ ୧୯୯୦ ବ୍ୟାଚର ଏହି ଆଇଏଏସ୍ ଅଧିକାରୀଙ୍କ ନାଁ ଉପରେ ମୋହର ମାରିଥିଲେ ରାଜ୍ୟ ସରକାର । ଓଡ଼ିଶା ଆସିବା ପୂର୍ବରୁ ଆହୁଜା କେନ୍ଦ୍ର ସରକାରଙ୍କ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ନିର୍ଦ୍ଦେଶକ ତଥା ସଚିବ ଭାବେ କାର୍ଯ୍ୟ କରୁଥିଲେ। ୧୯୯୦ ବ୍ୟାଚ ବରିଷ୍ଠ ଆଇଏଏସ ଅଫିସର ହେଉଛନ୍ତି ମନୋଜ ଆହୁଜା ।ଖୋର୍ଦ୍ଧା ଜିଲ୍ଲାପାଳ ଭାବେ କ୍ୟାରିଅର ଆରମ୍ଭ କରିଥିଲେ ମନୋଜ ଆହୁଜା । ଏହାପରେ ୨୦୦୯ରେ ଖାଦ୍ୟ ଯୋଗାଣ ସଚିବ, ୨୦୧୦ରେ ଖଣି ଇସ୍ପାତ ବିଭାଗ ସଚିବ ହୋଇଥିଲେ । ୨୦୧୨ରେ କ୍ରୀଡ଼ା ଯୁବ ବ୍ୟାପାର ଓ ୨୦୧୨ରୁ ୨୦୧୫ ପର୍ଯ୍ୟନ୍ତ ବାଣିଜ୍ୟ କର କମିଶନର ଥିଲେ । ୨୦୧୫ରେ ସମବାୟ ବିଭାଗର ସଚିବ ଭାବେ ଦାୟିତ୍ଵ ଗ୍ରହଣ କରିଥିଲେ।୨୦୧୭ରେ କେନ୍ଦ୍ରୀୟ ଡେପୁଟେସନରେ ଯିବା ପରେ ସେ ଲାଲ ବାହାଦୂର ଶାସ୍ତ୍ରୀ ଏକାଡେମୀର ସ୍ଵତନ୍ତ୍ର ନିର୍ଦ୍ଦେଶକ ଭାବେ କାମ କରିଥିଲେ । ୨୦୨୦ରେ କେନ୍ଦ୍ର ଶିକ୍ଷାମନ୍ତ୍ରାଳୟରେ ସିବିଏସଇ ଅଧ୍ୟକ୍ଷ ଭାବେ ଦାୟିତ୍ଵରେ ମଧ୍ୟ ରହିଥଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!