ଆଜି ଶ୍ରୀଜିଉଙ୍କର ଚକାବିଜେ ନୀତି

ପୁରୀ,୧ା୭:ଅଣସର ଘରେ ଚାଲିଛି ଶ୍ରୀଜିଉଙ୍କ ଉପଚାର। ଦେବସ୍ନାନପୂର୍ଣ୍ଣିମା ଦିନ ୧୦୮ କୁମ୍ଭ ସୁବାସିତ ଜଳରେ ଅତ୍ୟଧିକ ସ୍ନାନ ପରେ ଜ୍ଜରରେ ପୀଡ଼ିତ ଥିବା ଚତୁର୍ଦ୍ଦାବିଗ୍ରହଙ୍କର ସୁସ୍ଥତା ପାଇଁ ଚାଲିଛି ଗୁପ୍ତ ଉପଚାର। ଆଜି ଅନବସରର ଦଶମୀ ତିଥିରେ ଚକାବିଜେ କରିବେ ମହାବାହୁ। ସେପଟେ ରାଜବୈଦ୍ୟଙ୍କ ଦ୍ବାରା ପ୍ରସ୍ତୁତ ହେଉଛି ଦଶମୂଳ ମୋଦକ। ତ୍ରୟୋଦଶ ଶତାଦ୍ଦୀରେ ଦ୍ବିତୀୟ ଅନଙ୍ଗଭୀମ ଦେବଙ୍କ ସମୟରେ ବୈଦ୍ୟ ଓ ଶାସ୍ତ୍ର ବୈଦ୍ୟ ସେବା ସ୍ଥାପିତ ହୋଇଥିଲା। ତେବେ ଅନବସର ଦଶମୀ ସଂନ୍ଧ୍ୟାରେ ଦଶମୂଳ ମୋଦକ ଶ୍ରୀମନ୍ଦିର ଗାରଦରେ ଦାଖଲ ହେବା ପରେ ଏକାଦଶୀ ଦିନ ଅନ୍ୟ ଭୋଗ ସହ ମହାପ୍ରଭୁଙ୍କୁ ଏହା ଲାଗି ହୁଏ।ମହାପ୍ରଭୁ ଧୀରେ ଧୀରେ ସୁସ୍ଥ ହେଉଥିବାରୁ ଆଜି ଚକା ବିଜେ ନୀତି ଅନୁଷ୍ଠିତ ହେବ। ଅନ୍ୟପକ୍ଷରେ ଶ୍ରୀବିଗ୍ରହଙ୍କ ସମ୍ପୂର୍ଣ୍ଣ ସୁସ୍ଥତା ପାଇଁ ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳମୋଦକ ଶ୍ରୀମନ୍ଦିର ଗାରଦକୁ ହସ୍ତାନ୍ତର କରାଯିବ। ରାଜବୈଦ୍ୟ ମାନେ ଦଶ ପ୍ରକାରର ଚେର ମୂଳିରୁ ପ୍ରସ୍ତୁତ କରିଛନ୍ତି ଦଶ ମୂଳ ମୋଦକ। ଅତ୍ୟନ୍ତ ଶୁଦ୍ଧପୂତ ଭାବେ ଏହି ଔଷଧକୁ ବୈଦ୍ୟ  ପ୍ରସ୍ତୁତ କରାଯାଇଛି। ଶାଳପର୍ଣ୍ଣି, ବେଲ, ଗୋଖରା, ଗମ୍ଭାରୀ,ଫଣଫଣା, କୃଷ୍ଣପର୍ଣ୍ଣି, କୃଷ୍ଣଚୁଡା, ଲବଙ୍ଗ, ଦେଶୀଘିଅ, ମହୁ, ନବାତ, ଖୁଆ, ଆଦି ବିଭିର୍ଣ୍ଣ ଦ୍ରବ୍ୟକୁ ମିଶାଯାଇ ଏହି ଔଷଧ ପ୍ରସ୍ତୁତ ହୋଇଛି। ମଙ୍ଗଳବାର ଏକାଦଶୀ ତିଥିରେ ଏହି ଔଷଧ ସେବନ ପରେ ସମ୍ପୂର୍ଣ ସୁସ୍ଥ ହେବେ ଶ୍ରୀଜିଉ।ଦ୍ୱାଦଶୀ ତିଥିରେ ଦଇତା ସେବକ ଓ ପତି ସେବକ ମାନେ ଶ୍ରୀନହରକୁ ଯାଇ ମହାପ୍ରଭୁଙ୍କ ସୁସ୍ଥତା ଖବର ଗଜପତି ମହାରାଜଙ୍କୁ ଦେବାର ପରମ୍ପରା ରହିଛି। ଅନ୍ୟପକ୍ଷରେ ରଥ ଯାତ୍ର ପାଖେଇ ଆସୁଥିବାରୁ ଜୋରସୋରରେ ରଥ କାମ ଚାଲିଛି। ଚିତ୍ରକାର ସେବକମାନେ ତିନି ରଥର ହଂସ ପଟା ଏବଂ ପାର୍ଶ୍ୱ ଦେବ ଦେବୀ ମୂର୍ତ୍ତିରେ ରଙ୍ଗ କାର୍ଯ୍ୟ ଶେଷ କରି, ରଥ ଚକ, କୋଣ ଗୁଜ, ପଟା ଗୁଜରେ ରଙ୍ଗ କାର୍ଯ୍ୟ ଜାରି ରଖିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!