ଭୁବନେଶ୍ୱର ,୨।୭: ଆସନ୍ତା ୭ ତାରିଖରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ସମସ୍ତ ପ୍ରକାରର ପ୍ରସ୍ତୁତି ଜାରି ରହିଥିବା ଥିବା ବେଳେ ଏବେଠାରୁ ଶ୍ରୀକ୍ଷେତ୍ର ଧାମ ଚଳଚଞ୍ଚଳ ହେବା ଆରମ୍ଭ ହୋଇଗଲାଣି । ତେବେ ଏହା ମଧ୍ୟରେ ରଥଯାତ୍ରାକୁ ନେଇ ଆସିଛି ଏକ ବଡ଼ ଖବର । ରଥଯାତ୍ରା ପାଇଁ ଦୁଇଦିନ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତା ୭ ଓ ୮ ତାରିଖ ଦୁଇଦିନ ପାଇଁ ଛୁଟି ଘୋଷଣା କରାଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |