ଆଦିତ୍ୟ ମହାପାତ୍ର ନବୀନଙ୍କ ବ୍ୟକ୍ତିଗତ ସଚିବ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର,୨ା୭: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭାବେ ଆଦିତ୍ୟ ମହାପାତ୍ରଙ୍କୁ ନିଯୁକ୍ତି ଦିଆଯାଇଛି। ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଥିଲେ ଆଦିତ୍ୟ । ଏ ନେଇ ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।ଆଦିତ୍ୟ ହେଉଛନ୍ତି ଜଣେ ଓଏଏସ୍‌ ଅଧିକାରୀ। ସେ ଆଇଆଇଟି କାନପୁରରୁ ଏମଟେକ୍‌ ଏବଂ ଆଇଆଇଟି ଖଡଗପୁରରୁ ଏମ୍‌ବିଏ କରିଛନ୍ତି।ନିକଟରେ ୨୦୨୪ ବିଧାନସଭା ନିର୍ବାଚନରେ ବିଜେଡିର ନେତୃତ୍ୱାଧୀନ ନୂତନ ସରକାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ବିଧାନସଭାରେ ବିରୋଧୀ ଦଳର ନେତା ଭାବରେ ନିଯୁକ୍ତ ହୋଇଛନ୍ତି।
ବିଧାନସଭା ନିର୍ବାଚନରେ ନିର୍ବାଚିତ ହୋଇଥିବା ବିଜେଡି ବିଧାୟକମାନେ ଦଳର ସୁପ୍ରିମୋଙ୍କୁ ବିରୋଧି ଦଳ ନେତା ଏବଂ ବିଜେଡି ବିଧାନସଭା ଦଳର ନେତା ଭାବରେ ମନୋନୀତ କରିଥିଲେ। ମୁଖ୍ୟମନ୍ତ୍ରୀ ଭାବରେ ୨୪ ବର୍ଷ ଶାସନ କରିବା ପରେ ନବୀନ ବର୍ତ୍ତମାନ ଓଡ଼ିଶା ବିଧାନସଭାରେ ବିରୋଧୀ ନେତା ଭୂମିକା ଲିଭାଉଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!