ଭୁବନେଶ୍ୱର,୩ା୭: ସାରା ରାଜ୍ୟରେ ମୌସୂମୀ ଜନିତ ବର୍ଷା ଲାଗି ରହିଛି । ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଥିବା ବେଳେ ଆଗାମୀ ୫ ଦିନ ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ଏଥିପାଇଁ ପାଣିପାଗ ବିଭାଗ ରାଜ୍ୟର ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।ଉତ୍ତର ବାଂଲାଦେଶ ଏବଂ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସକ୍ରିୟ ହୋଇଛି ଘୂର୍ଣ୍ଣିବଳୟ । ଏହା ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ଆସନ୍ତା ୬ ଏବଂ ୭ ତାରିଖ ବେଳକୁ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ଘୂର୍ଣ୍ଣିବଳୟ ପ୍ରଭାବରେ ୫ ଦିନ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ଆଗାମୀ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ାରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନୁଗୁଳ, ସମ୍ବଲପୁର, ବରଗଡ଼, ମାଲକାନଗିରି ଏବଂ କୋରାପୁଟକୁ ମଧ୍ୟ ପାଣିପାଗ ବିଭାଗ ତରଫରୁ ୟେଲୋ ୱାର୍ଣ୍ଣିଂ ନୋଟିସ ଦିଆଯାଇଛି । ସେହିପରି ରାୟଗଡ଼ା ଏବଂ ଗଜପତି ଜିଲ୍ଲାକୁ ମଧ୍ୟ ସତର୍କ ରହିବା ପାଇଁ ସୂଚନା ଦେଇଛି ପାଣିପାଗ ବିଭାଗ । ଆଗୀ ୫ ଦିନ ମଧ୍ୟରେ ଏହିସବୁ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |