ଯାଜପୁର,୩।୭: ଭିଜିଲାନ୍ସ ଜାଲରେ ଯାଜପୁର ଜିଲ୍ଲା ବିଞ୍ଝାରପୁର ଥାନା ଏସ୍ଆଇ କେଶବ ଚନ୍ଦ୍ର ଦାସ। ପୋଷ୍ଟମଟର୍ମ ରିପୋର୍ଟରେ ହେରଫେର ପାଇଁ ଶ୍ରୀ ଦାସ ୫୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗର କର୍ମଚାରୀମାନେ ମାଡ଼ି ବସିଛନ୍ତି। ଏକ ଦୁର୍ଘଟଣା ଜନିତ ମୃତ୍ୟୁ ଘଟଣାରେ ମେଡିକାଲ କାଗଜପତ୍ର ଓ ପୋଷ୍ଟମଟମ ରିପୋର୍ଟରେ ହେରଫେର ପାଇଁ କେଶବ ଚନ୍ଦ୍ର ଦାସ ଅଭିଯୋଗକାରୀଙ୍କୁ ୫ ହଜାର ଟଙ୍କା ମାଗିଥିଲେ। ଏନେଇ ଅଭିଯୋଗ କାରି ଭିଜିଲାନ୍ସକୁ ଅବଗତ କରିଥିଲେ। ଯୋଜନା ଅନୁସାରେ ଆଜି ଟଙ୍କା ନେଉଥିବା ସମୟରେ ଭିଜିଲାନ୍ସ ର ଏକ ସ୍ୱତନ୍ତ୍ର ଟିମ ଘଟଣାସ୍ଥଳରୁ ଏସ୍ଆଇ କେଶବ ଚନ୍ଦ୍ର ଦାସଙ୍କୁ ମାଡ଼ିବସିଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |