ଭୁବନେଶ୍ୱର, ୪।୭:ରାଜ୍ୟରେ ଜାରି ବର୍ଷା। ଉପକୂଳରୁ ଉତ୍ତର, ଦକ୍ଷିଣରୁ ପଶ୍ଚିମ ସବୁଠି ଜାରି ରହିଛି ବର୍ଷା। ଆଗାମୀ ୪ ଦିନ ଧରି ରାଜ୍ୟର ସମସ୍ତ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆଜିଠୁ ରାଜ୍ୟରେ ୬ ତାରିଖ ପର୍ଯ୍ୟନ୍ତ ସ୍ୱଳ୍ପ ପରିମାଣର ବର୍ଷା ହୋଇପାରେ । ସମ୍ବଲପୁର, ଦେବଗଡ, ବରଗଡ, ଝାରସୁଗୁଡାରେ ୮୦ ମିଲିମିଟରରୁ ଅଧିକ ବର୍ଷା ହୋବାର ସମ୍ଭାବନା ରହିଛି । ସମଗ୍ର ଓଡିଶାରେ ୧୦ ରୁ ୧୭ ତାରିଖ ଭିତରେ ତଥା ଉତ୍ତର ଉପକୂଳରେ ୫୦ରୁ ୬୦ ମିମି ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ଅନ୍ୟ ଜିଲ୍ଲା ଗୁଡିକରେ ୭୦ ରୁ ୮୦ ମିମି ବର୍ଷା ହୋଇପାରେ । ଆସନ୍ତା ୭ ତାରିଖରେ ବଙ୍ଗୋପସାଗରରେ ଏକ ବଡ ଧରଣର ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ମଧ୍ୟପ୍ରଦେଶ ଓ ଛତିଶଗଡ଼ ଉପରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଥିବା ବେଳେ ଉତ୍ତର ବାଂଲାଦେଶ ଏବଂ ପାର୍ଶ୍ୱବର୍ତ୍ତୀ ଅଂଚଳ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି|ଏହି ଲଘୁଚାପର ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ବରଗଡ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁରରେ ପ୍ରବଳ ବର୍ଷା ହେବାନେଇ ଆକଳନ କରାଯାଇଛି । ଆସନ୍ତା ଦୁଇରୁ ତିନିଦିନ ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି ।ରାଜ୍ୟରେ ଏବେ ଠାରୁ ଜୁଲାଇ ୧୭ ତାରିଖ ପର୍ଯ୍ୟନ୍ତ ନିଅଣ୍ଟିଆ ବର୍ଷା ହେବ । କିନ୍ତୁ କେତେକ ସ୍ଥାନରେ ସ୍ଥାନରେ ୫୦ରୁ ୬୦ ମିମି ବର୍ଷା ରହିବ । ଚଳିତ ମାସ ପ୍ରଥମ ସପ୍ତାହରେ ରାଜ୍ୟରେ ବର୍ଷାର ପରିମାଣ ୨୫ ପ୍ରତିଶତ ନିଅଣ୍ଟିଆ ରହିବ ବୋଲି ପାଣିପାଗ ବିଜ୍ଞାନିକ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି । ସୋ ଆହୁରି କହିଛନ୍ତି ଯେ ମୌସୁମି ବିଳମ୍ବରେ ଆସିବାରୁ ବର୍ଷା ହେବାରେ ଡେରି ହୋଇଛି । ଜୁଲାଇ ପ୍ରଥମ ଏବଂ ଦ୍ୱିତୀୟ ସପ୍ତାହ ପର୍ଯ୍ୟନ୍ତ ନିଅଣ୍ଟିଆ ବର୍ଷା ହେଲେ ମଧ୍ୟ ଚାଷ କାର୍ଯ୍ୟରେ କୌଣସି ସମସ୍ୟା ହେବନାହିଁ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |