ଭୁବନେଶ୍ୱର,୪।୭: ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ଅବସରପାପ୍ତ ବିଚାରପତି ଜଷ୍ଟିସ୍ ଅରିଜିତ୍ ପଶାୟତ । ସେ ଆସନ୍ତାକାଲିଠାରୁ ୨୭ ତାରିଖ ପର୍ଯ୍ୟନ୍ତ ପୁରୀରେ ରହିବେ ।ଆସନ୍ତା ୮ ତାରିଖରେ ଖୋଲିନପାରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର । ଉକ୍ତ ଦିନ ରଥ ଯାତ୍ରା ଥିବାରୁ ରତ୍ନ ଭଣ୍ଡାର ଖୋଲାଯିବା ସମ୍ଭାବନା କମ୍ । ଯେବେ ସରକାର ନିଷ୍ପତ୍ତି ନେବେ, ସେବେ ଖୋଲାଯିବ । ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ଅବସରପାପ୍ତ ବିଚାରପତି ଜଷ୍ଟିସ୍ ଅରିଜିତ୍ ପଶାୟତ ଆଜି ଭୁବନେଶ୍ୱରରେ ପହଞ୍ଚିବା ପରେ ଏପରି ମନ୍ତବ୍ୟ ଦେଇଛନ୍ତି।ବିମାନବନ୍ଦରରେ ସାମ୍ବାଦିକଙ୍କ ପ୍ରଶ୍ନର ଉତ୍ତର ଦେଇ ଅବସରପାପ୍ତ ଜଷ୍ଟିସ୍ ଅରିଜିତ୍ ପଶାୟତ କହିଛନ୍ତି, ଆସନ୍ତା ୮ ତାରିଖରେ ରଥ ଯାତ୍ରା ଥିବାରୁ ସେଦିନ ରତ୍ନ ଭଣ୍ଡାର ଖୋଲାଯିବା ଆଶା କ୍ଷୀଣ। ଏ ସମ୍ପର୍କରେ ନିଷ୍ପତ୍ତି ସରକାର ନେବେ। ଯେବେ ସରକାର ନିଷ୍ପତ୍ତି ନେବେ, ସେବେ ରତ୍ନ ଭଣ୍ଡାର ଖୋଲାଯିବ ବୋଲି କହିଛନ୍ତି ଅବସରପାପ୍ତ ବିଚାରପତି ଜଷ୍ଟିସ୍ ଅରିଜିତ୍ ପଶାୟତ।ସେ ଆସନ୍ତାକାଲି ପୁରୀ ପହଞ୍ଚିବା ପରେ ରତ୍ନଭଣ୍ଡାର ଇନଭେଣ୍ଟୋରି କମିଟିର ବୈଠକରେ ଯୋଗଦେବେ। ରତ୍ନଭଣ୍ଡାର ମରାମତି ଓ ରତ୍ନ ଗଣତି ଉପରେ କଣ ନିଷ୍ପତ୍ତି ହେଉଛି ତା ଉପରେ ରହିଛି ସମସ୍ତଙ୍କ ନଜର । ଏଥର ରତ୍ନଭଣ୍ଡାର କେବେ ଖୋଲାଯିବ ? ଗଣତି କେବେ ଆରମ୍ଭ ହେବ ? ରତ୍ନଭଣ୍ଡାର ମରାମତି କେବେ ହେବ ? ଏ ସମସ୍ତ ପ୍ରକ୍ରିୟା କେବେ ସରିବ ସେନେଇ ବୈଠକରେ ନିଷ୍ପତ୍ତି ହୋଇପାରେ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |