‘ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ’

ଭୁବନେଶ୍ୱର,୪ା୭: ଲୋକସେବା ଭବନରେ ବିଧିବଦ୍ଧ ଭାବରେ ଗୁରୁବାର କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ସମୟରେ ଓଡ଼ିଆ ଅସ୍ମିତା ସଂରକ୍ଷଣ ଓ ପ୍ରସାରକୁ ଗୁରୁତ୍ୱ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସାହିତ୍ୟ, କଳା, ସଙ୍ଗୀତ ଓ ଲଳିତ କଳା ଏକାଡେମୀର ପୁନଃଗଠନ ହେବା ନେଇ ସେ କହିଛନ୍ତି। ସବୁଠୁ ବଡ଼ କଥା ହେଲା ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ କରାଯିବ।
ଏଥିସହିତ ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ଏକ କମିଶନ ଗଠନ କରାଯିବ। ଭୌତିକ ପ୍ରଗତି ସହ ସାଂସ୍କୃତିକ ପ୍ରଗତି ପ୍ରତି ମଧ୍ୟ ଗୁରୁତ୍ୱ ଦିଆଯିବ। ପ୍ରତି ଜିଲାର କଳା ସଂସ୍କୃତିକୁ ପ୍ରୋତ୍ସାହନ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ବିଭିନ୍ନ ଐତିହ୍ୟ ପୀଠର ବିକାଶ ପ୍ରତି ରାଜ୍ୟ ସରକାର ଗୁରୁତ୍ୱ ଦେବେ। ଆବଶ୍ୟକ ପଡ଼ିଲେ ସରକାରୀ ଭାଷା ଆଇନରେ ପରିଣତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ଏଥି ସହିତ ଭୌତିକ ପ୍ରଗତି ସହ ସାଂସ୍କୃତିକ ପ୍ରଗତିକୁ ପ୍ରାଥମିକତା ଦିଆଯିବ । ଓଡ଼ିଆ ଅସ୍ମିତାର ପ୍ରତିଷ୍ଠା, ଅଭିବୃଦ୍ଧି, ସରଂକ୍ଷଣ ଓ ପ୍ରସାରକୁ ଗୁରୁତ୍ବ ଦିଆଯିବ । ତିନୋଟି ଏକାଡେମୀ ତଥା ସାହିତ୍ୟ, ସଙ୍ଗୀତ, ନାଟକ ଓ ଲଳିତ କଳା ଏକାଡେମୀର ପୁନର୍ଗଠନ ଓ କାର୍ଯ୍ୟକ୍ଷମତା ବୃଦ୍ଧି ପାଇଁ ପଦକ୍ଷେପ ନିଆଯିବ । ଓଡ଼ିଶୀ ଗବେଷଣା କେନ୍ଦ୍ରକୁ କ୍ରିୟାଶୀଳ କରାଯିବ । ଓଡ଼ିଶାରେ ପଠନ ଅଭ୍ୟାସ ବୃଦ୍ଧି ଓ ଲାଇବ୍ରେରୀ ଆନ୍ଦୋଳନକୁ ବ୍ୟାପକ ଓ ବ୍ୟବସ୍ଥିତ କରାଯିବ ।ଓଡ଼ିଆ ଭାଷା ଓ ସାହିତ୍ୟର ପ୍ରସାର ପାଇଁ ଅନୁବାଦ ଏକାଡେମୀ ପ୍ରତିଷ୍ଠା ହେବ । ଭାଷା ପାଇଁ ଆଧୁନିକ ସରଳ ଓ ସୁଗମ ପ୍ରଯୁକ୍ତି ବିଦ୍ୟାଗ ଉପଯୋଗ ପାଇଁ ବ୍ୟବସ୍ଥା ହେବ । ଓଡ଼ିଆ ଭାଷା ଭବନ ଅସ୍ମିତା ଭବନ ନିର୍ମାଣ କରାଯିବ । ଭାଷା କମିଶନ ଗଠିତ ହେବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

 

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!