ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ପରଲୋକ

ଭୁବନେଶ୍ୱର,୫।୭: କାକଟପୁରର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କର ପରଲୋକ ହୋଇ ଯାଇଛି। ଦୀର୍ଘ ଦିନ ହେଲା ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିବା ସୁରେନ୍ଦ୍ରନାଥ ନାୟକଙ୍କର ଗତକାଲି ବିଳମ୍ବିତ ରାତିରେ ଦେହାନ୍ତ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା। ଭୁବନେଶ୍ୱରସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ବିଜୁ ପଟ୍ଟନାୟକଙ୍କର ଘନିଷ୍ଠ ସହଯୋଗୀ ଥିଲେ ସୁରେନ୍ଦ୍ରନାଥ ନାୟକ । କାକଟପୁରରୁ ସେ ୭ ଥର ବିଧାୟକ ହୋଇଥିଲେ। ତାଙ୍କ ମୃତ୍ୟୁରେ ସବୁଠି ଶୋକ ପ୍ରକାଶ ପାଇଛି ।ସୁରେନ୍ଦ୍ରନାଥ ନାୟକଙ୍କ ମୃତଦେହକୁ ଭୁବନେଶ୍ୱରସ୍ଥିତ ଘରୁ ପ୍ରଥମେ ଅଶୋକ ନଗର ନିଆଯିବ । ସେଠାରେ ସେ ନିଜ ରାଜନୈତିକ କାର୍ଯ୍ୟକ୍ରମ କରୁଥିଲେ। ଏହାପରେ ସେଠାରୁ ମରଶରୀରକୁ ବିଧାନସଭା ଓ ପରେ ସଚିବାଳୟ ନିଆଯିବ । ସେଠାରେ ଉପସ୍ଥିତ ଲୋକେ ସୁରେନ୍ଦ୍ରନାଥ ନାୟକଙ୍କ  ଶେଷ ଦର୍ଶନ କରିବେ। ଏହାପରେ ତାଙ୍କ ମରଶରୀରକୁ ପିପିଲି ଦେଇ ନିମାପଡ଼ା, ଗୋପ, କୋଣାର୍କ, କାକଟପୁର, ଅସ୍ତରଙ୍ଗ ନିଆଯିବ । ସେଠାରେ ସମର୍ଥକମାନେ ନିଜ ପ୍ରିୟ ନେତାଙ୍କୁ ଶେଷ ଥର ପାଇଁ ଦେଖିବେ। ଏହାପରେ ସେଠାରୁ ମୃତଦେହକୁ ନିଜ ପୈତୃକ ଗାଁ ଅଣକଣାକୁ ନେଇ ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ କରିବେ ପରିବାର ସଦସ୍ୟ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!