ପୁରୀ,,୫।୭:ଆଜି ଆଷାଢ଼ ମାସ କୃଷ୍ଣ ଚତୁର୍ଦଶୀ ତିଥିରେ ଶ୍ରୀନହରକୁ ଖଡ଼ି ପ୍ରସାଦ ବିଜେ ନୀତି ଅନୁଷ୍ଠିତ ହୋଇଛି। ପରମ୍ପରା ଅନୁସାରେ ଦତ୍ତମହାପାତ୍ର ଓ ଦଇତାପତି ସେବକମାନେ ଶ୍ରୀନଅରକୁ ଖଡି ପ୍ରସାଦ ବିଜେ କରାଇଥିଲେ। ରୂପା ଥାଳିରେ ମହାପ୍ରଭୁଙ୍କ ଲାଗି ଫୁଲ, ତୁଳସୀ ଓ ତିନି ରୂପା ପିଙ୍ଗଣରେ ଖଡି ପ୍ରସାଦ ବିଜେ କରାଯାଇଥିଲା। ଶ୍ରୀନଅରରେ ଖଡି ପ୍ରସାଦ ବିଜେ ନୀତି ପରେ ରାଜଗୁରୁଙ୍କ ହସ୍ତରୁ ଶାଢି ନେଇ ପାଟ୍ଟଶାଣୀ ସେବକ ତଳୁଚ୍ଛ, ଦେଉଳକରଣ, ବେହେରା ଖୁଣ୍ଟିଆ, ପତିମହାପାତ୍ର ଓ ତିନି ବାଡର ଦଇତାପତିଙ୍କୁ ଶାଢି ବାନ୍ଧିଥିଲେ।ସୁରକ୍ଷା ବ୍ଲାଙ୍କେଟ ଓ ସିସିଟିଭି ସୁରକ୍ଷା ବଳୟରେ ରହିଛି ଶ୍ରୀକ୍ଷେତ୍ର। ରଥଯାତ୍ରା ପାଇଁ ୧୮୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଛି। ସମୁଦାୟ ଗହଳି ନିୟନ୍ତ୍ରଣ ପାଇଁ ବଡଡାଣ୍ଡକୁ ୬ଟି ଜୋନରେ ବିଭକ୍ତ କରାଯାଇଛି। ପ୍ରତି ଜୋନ ଦାୟିତ୍ୱରେ ରହିବେ ଜଣେ ଲେଖାଏଁ ସିନିୟର ଅଧିକାରୀ। ଚଳିତବର୍ଷ ରଥଯାତ୍ରରେ ଅତ୍ୟାଧୁନିକ ଜ୍ଞାନ କୌଶଳ, AI ଓ ସିସିଟିଭି କ୍ୟାମେରାର ସହାୟତା ନିଆଯାଇଛି। ତିନିଠାକୁରଙ୍କ ପାଇଁ ତିନି କର୍ଡନ ଦାୟିତ୍ୱରେ ୩ କମ୍ପାନୀ ରାପିଡ଼ ଆକ୍ସନ ଫୋର୍ସ,୨ କମ୍ପାନୀ ସିଆରପିଏଫ୍ ଓ ୮ଟି ଏସଓଜି ଟିମ୍ ମୁତୟନ ରହିବେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |