ଭଦ୍ରକ ଏସ୍‌ପି କାର୍ଯ୍ୟାଳୟ ଆଗରେ ଯୁବ ଓ ଛାତ୍ର କଂଗ୍ରେସର ଗଣଧାରଣା

ଭଦ୍ରକ,୫।୭: ଭାରତୀୟ ଜନତା ପାର୍ଟି ଯୁବ ମୋର୍ଚ୍ଚା ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ଛକ ଠାରେ ଗତ ୨ ତାରିଖରେ କଂଗ୍ରେସ ସାଂସଦ ରାହୁଲ୍ ଗାନ୍ଧୀଙ୍କ ଉପରେ ଅଶାଳୀନ ମନ୍ତବ୍ୟ ଓ ଅଗଣତାନ୍ତ୍ରିକ କାର୍ଯ୍ୟକଳାପକୁ ବିରୋଧ କରି ଭଦ୍ରକ ଜିଲ୍ଲା ଯୁବ କଂଗ୍ରେସ ଓ ଛାତ୍ର କଂଗ୍ରେସ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ଠାରେ ଶୁକ୍ରବାର ଏକ ଗଣଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ଠାରୁ ଏକ ପଟୁଆରାରେ ବାହାରି ଜିଲ୍ଲା ଯୁବ କଂଗ୍ରେସ ଓ ଛାତ୍ର କଂଗ୍ରେସର ସଦସ୍ୟ ଓ ପଦାଧିକାରୀ ଗଣ ଭାରତୀୟ ଜନତା ପାର୍ଟିର ଯୁବ ମୋର୍ଚ୍ଚା ବିରୁଦ୍ଧରେ ବିଭିନ୍ନ ନାରା ବାଜି ଓ କଠୋର କାର୍ଯ୍ୟାୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି ଉପସ୍ଥାପନ କରିଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!