ଭୁବନେଶ୍ୱର,୬।୭: ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ ଆଜି ବସିବ। ପୂର୍ବାହ୍ନ ୧୧ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଠାରେ ଏହି ବୈଠକ ଅନୁଷ୍ଠିତ ହେବ। ପୂର୍ବତନ ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ୧୬ ଜଣିଆ ଟିମ ସଦସ୍ୟ ରତ୍ନଭଣ୍ଡାର କେବେ ଖୋଲିବ ସେନେଇ ବିସ୍ତୃତ ଆଲୋଚନା କରିବେ। ଯଦି ରଥଯାତ୍ରା ସମୟରେ ଖୋଲାଯାଏ, ତେବେ କିଭଳି ପ୍ରକ୍ରିୟା ରହିବ ତା ଉପରେ ସବିଶେଷ ଆଲୋଚନା କରାଯିବ।ବିଜେଡି ସରକାର ସମୟରେ ରତ୍ନ ଭଣ୍ଡାର ଯାଞ୍ଚ ନିମନ୍ତେ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଅରଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠିତ ହୋଇଥିଲା। ହେଲେ ଭାଜପା ସରକାର ଏହି କମିଟିକୁ ଭାଙ୍ଗି ଦେବା ସହ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |