ସାହସିକତା ପାଇଁ ଓଡ଼ିଆ ପୁଅକୁ ଶୌର୍ଯ୍ୟଚକ୍ର ସମ୍ମାନ

ଭୁବନେଶ୍ୱର, ୬।୭: ସାହସିକତା ପାଇଁ ଓଡ଼ିଆ ପୁଅ ତଥା ନୌସେନାରେ କାର୍ଯ୍ୟରତ ଲେଫ୍ଟେନାଣ୍ଟ ବିମଳ ରଞ୍ଜନ ବେହେରାଙ୍କୁ ପ୍ରଦାନ କରାଯାଇଛି ଶୌର୍ଯ୍ୟଚକ୍ର ସମ୍ମାନ । ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ତାଙ୍କୁ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ଓଡ଼ିଆ ପୁଅକୁ ବୀରତ୍ୱ ସମ୍ମାନ। ସାହସିକତା ପାଇଁ ଓଡ଼ିଆ ପୁଅ ତଥା ନୌସେନାରେ କାର୍ଯ୍ୟରତ ଲେଫ୍ଟନାଣ୍ଟ ବିମଳ ରଞ୍ଜନ ବେହେରାଙ୍କୁ ପ୍ରଦାନ କରାଯାଇଛି ଶୌର୍ଯ୍ୟଚକ୍ର ସମ୍ମାନ। ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ତାଙ୍କୁ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତାଙ୍କ ଘର କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଅଞ୍ଚଳରେ। ସେ ୨୦୧୯ରେ ନୌସେନାରେ ଯୋଗ ଦେଇଥିଲେ।ଲେଫ୍ଟନାଣ୍ଟ ବିମଳ ରଞ୍ଜନ ବେହେରା ଏବେ ବିଶାଖାପାଟଣାରେ କାର୍ଯ୍ୟରତ ଅଛନ୍ତି। ମାର୍ଚ୍ଚ ୨୦୨୩ରେ ଓଏନଜିସି, ଇନ୍ଧନ ଉତ୍ପାଦନ ସଂରକ୍ଷଣ ଓ ଅଫଲୋଡିଂ ଜାହାଜରେ ଅପରେସନାଲ୍‌ ଏମର୍ଜେନ୍ସୀ ନେଇ ରିପୋର୍ଟ କରିଥିଲା। ଜାହାଜର ଇନ୍ଧନ ଉତ୍ତୋଳନ ବ୍ୟବସ୍ଥାରେ ମାଛଧରା ଜାଲ ଫସିଯିବାରୁ ହଠାତ୍ କାର୍ଯ୍ୟ ବନ୍ଦ କରିବାକୁ ପଡ଼ିଥିଲା। ଏଥିପାଇଁ ଭାରତୀୟ ନୌସେନାର ସହାୟତା ଲୋଡା ଯାଇଥିଲା। ଜଣେ ଲିଡ୍ ଡାଇଭର ଭାବରେ ନିର୍ଭୀକ ହୋଇ ଆଗକୁ ବଢ଼ିଥିଲେ ଲେଫ୍ଟନାଣ୍ଟ ବିମଳ ରଞ୍ଜନ ବେହେରା। ଯେଉଁଠି ଜାହାଜ ଫସିଥିଲା, ସେଠାରେ କିଛି ଫୁଟ ଗଭୀରତା ପର୍ଯ୍ୟନ୍ତ ଡାଇଭିଂ କରିବା ଅତ୍ୟନ୍ତ ବିପଦପୂର୍ଣ୍ଣ ଥିଲା। ତଥାପି ଡାଇଭିଂ ଅପରେସନରେ ଯାଇଥିଲେ ଲେଫ୍ଟନାଣ୍ଟ ବିମଳ ରଞ୍ଜନ ବେହେରା।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!