ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା ,ବଡ଼ଦାଣ୍ଡରେ ଗଡ଼ିଲା ରଥ

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା।ଆଜି  ସକାଳେ ଆଷାଢମାସ ଶୁକ୍ଳ ପକ୍ଷ ଦ୍ୱିତୀୟ ତିଥିରେ ପବିତ୍ର ରଥଯ।ତ୍ରା ଅନୁଷ୍ଠିତ  । ନିଜର ଭକ୍ତମାନଙ୍କୁ ଦର୍ଶନ ଦେବା ପାଇଁ  ରତ୍ନ ସିଂହାସନରୁ ବଡଦାଣ୍ଡକୁ ଓହ୍ଲାଇ ଆସିଛନ୍ତି ଚତୁର୍ଦ୍ଧା ବିଗ୍ରହ ।  ସକାଳୁ ସକାଳୁ  କାହାଳୀ, ଘଣ୍ଟର ତାଳେ ତାଳେ ଶ୍ରୀ ଜୀଉମାନଙ୍କର ଧାଡି ପହଣ୍ଡି କରାଯାଇଥିଲା। ଭକ୍ତଙ୍କର ହରିବୋଲ ହୁଳହୁଳୀ ଶବ୍ଦରେ ପ୍ରକମ୍ପିତ ହୋଇଥିଲା ବଡଦାଣ୍ଡ । ମଦନ ମୋହନ, ରାମ, କୃଷ୍ଣ, ବିଜେ ହୋଇସାରିବା ପରେ ବିଗ୍ରହମାନଙ୍କର ମସ୍ତକରେ ସୋଲରେ ନିର୍ମିତ ଚିତା ଲାଗି  କରାଯାଇଥିଲା ।ତାମଯାନରେ ଗଜପତି ମହାରାଜ ଶ୍ରୀନଅରରୁ ରଥ ନିକଟକୁ ଆସିଥିଲେ । ସୁବର୍ଣ୍ଣ ମାର୍ଜନୀରେ ଘଣ୍ଟଘଣ୍ଟା, ମୃଦଙ୍ଗ, ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର ।ମହାପ୍ରଭୁଙ୍କ ପହଣ୍ଡି ଅପରାହ୍ନ ୧ଟା ୧୦ମିନିଟରୁ ଆରମ୍ଭ କରାଯିବାକୁ ଧାର୍ଯ୍ୟ କରାଯାଇଥିଲା। ପହଣ୍ଡି ଅପରାହ୍ନ ଅଢ଼େଇଟା ସୁଦ୍ଧା ସାରିବାକୁ ନିଷ୍ପତ୍ତି ହୋଇଥିଲା। ତେବେ ନିର୍ଦ୍ଧାରିତ ସମୟର ଦେଢ଼ ଘଣ୍ଟାରୁ ଆହୁରି ପୂର୍ବରୁ ଆରମ୍ଭ ହୋଇଯାଇଛି ପହଣ୍ଡି। ଶ୍ରୀ ସୁଦର୍ଶନ ଧାଡ଼ି ପହଣ୍ଡିରେ ଆସି ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥରେ ବିଜେ କରିସାରିଛନ୍ତି। ତାଙ୍କ ପରେ ମହାପ୍ରଭୁ ଶ୍ରୀବଳଭଦ୍ରଙ୍କୁ ପହଣ୍ଡି କରି ଅଣାଯାଇଥିଲା |ଅପରାହ୍ନ ୪ଟାରେ ଛେରାପହଁରା ଓ ଅପରାହ୍ନ ୫ଟାରେ ରଥ ଟାଣିବାକୁ ନୀତି ନିର୍ଘଣ୍ଟ ହୋଇଥିଲା ।ସମସ୍ତ ନୀତିକାନ୍ତି ଶେଷ ପରେ ଆରମ୍ଭ ହୋଇଛି ରଥ ଟଣା। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ଗଡ଼ିଛି ତାଳଧ୍ବଜ ରଥ। ପରେ ମା’ ସୁଭଦ୍ରଙ୍କ ରଥ ଟଣା ହେବ। ଶେଶରେ କାଳିଆ ଠାକୁରଙ୍କ ରଥଟଣା ହେବ। ଏହି ଅବସରରେ ଘଣ୍ଟଘଣ୍ଟା, ମୃଦଙ୍ଗ, ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ହୋଇଉଠିଛି ଶ୍ରୀକ୍ଷେତ୍ର । ଶ୍ରୀଜିଉଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ଲାଗିଛି ଲକ୍ଷାଧିକ ଭକ୍ତଙ୍କ ଭିଡ଼। ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ପୁରୀରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!