ବ୍ଲୁ ଫ୍ଲାଗ ବିଚରେ ରାଷ୍ଟ୍ରପତି ମର୍ଣ୍ଣିଂ ୱାକ୍

ପୁରୀ ,୮।୯:ଗତକାଲି ରଥଯାତ୍ରା ଦେଖିବାକୁ ଆସି ପୁରୀ ରାଜଭବନରେ ରହିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।ପୁରୀରେ ପ୍ରାତଃ ଭ୍ରମଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୁରୀ ରାଜଭବନ ପଛ ପାଖରେ ଥିବା ବ୍ଲୁ ଫ୍ଲାଗ ବିଚରେ ରାଷ୍ଟ୍ରପତି ମର୍ଣ୍ଣିଂ ୱାକ୍ କରିଛନ୍ତି। ସମୁଦ୍ର କୂଳରେ ରାଷ୍ଟ୍ରପତି ଅନେକ ବାଟ ଚାଲିଥିଲେ । ସମୁଦ୍ର ବାଲିରେ ବୁଲି କିଛି ସମୟ ବିତାଇବା ପରେ ପୁଣି ରାଜଭବନକୁ ଫେରିଯାଇଥିଲେ ।ଗତକାଲି ମହାପ୍ରଭୁଙ୍କ ରଥଯାତ୍ରା ଦେଖିଥିଲେ ମହାମହିମ ରାଷ୍ଟ୍ରପତି । ୪ ଦିନିଆ ଓଡ଼ିଶା ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗତକାଲି ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ । ବାୟୁସେନାର ସ୍ବତନ୍ତ୍ର ହେଲକପ୍ଟଟରରେ ପୁରୀରେ ପହଞ୍ଚିବା ପରେ ରାଜଭବନକୁ ଯାଇଥିଲେ । ଆଉ ସେଠାରେ କିଛି ସମୟ ବିଶ୍ରାମ ନେବା ପରେ ବଡ଼ଦାଣ୍ଡରେ ପହଞ୍ଚିଥିଲେ । ଏହାପରେ ରଥାରୁଢ଼ ମହାପ୍ରଭୁଙ୍କ ଦର୍ଶନ କରିବା ସହ ରଥ ଦଉଡି ଛୁଇଁ ମହାପ୍ରଭୁଙ୍କ ଆଶିଷ ନେଇଥିଲେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ତୃତୀୟ ଦିନ। ସେ ଆଜି ଭୁବନେଶ୍ବର ଉଦୟଗିରି ଓ ଖଣ୍ଡଗିରି ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହ ଭୁବନେଶ୍ବରରେ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି। ଶନିବାର ଭୁବନେଶ୍ବରରେ ପହଞ୍ଚିଥିଲେ। ପ୍ରଥମ ଦିନରେ ଜୟଦେବ ଭବନରେ ଆୟୋଜିତ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧ ଉତ୍ସବରେ ଯୋଗ ଦେଇଥିଲେ। ଗତକାଲି ପୁରୀ ଯାଇ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଦେଖିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତାକାଲି ସେ ଦିଲ୍ଲୀ ଫେରିଯିବେ ମହାମହିମ ରାଷ୍ଟ୍ରପତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!