ପୁରୀ,,୯।୭:ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନେଇ ଆଜି ହୋଇପାରେ ବଡ଼ ନିଷ୍ପତ୍ତି। ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବସିବ ନବଗଠିତ ରତ୍ନଭଣ୍ଡାର ତଦାରଖ କମିଟିର ଦ୍ବିତୀୟ ବୈଠକ। ଜଷ୍ଟିସ୍ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ଗୁରୁତ୍ବପୂର୍ଣ୍ଣ ବୈଠକରେ, ରତ୍ନଭଣ୍ଡାର ଖୋଲିବା ନେଇ ତାରିଖ ଧାର୍ଯ୍ୟ ହୋଇପାରେ।ଦୁଇ ଦିନ ତଳେ କମିଟିର ପ୍ରଥମ ବୈଠକ ପରେ ଜଷ୍ଟିସ୍ ରଥ ଗଣମାଧ୍ୟମକୁ ସୂଚନା ଦେଇଥିଲେ ଯେ, ଭଣ୍ଡାରର ଡୁପ୍ଲିକେଟ ଚାବି ଟ୍ରେଜେରୀରେ ଥିବା ସ୍ପଷ୍ଟ ହୋଇଛି। ୯ ତାରିଖ ଅର୍ଥାତ୍ ଆଜିର ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଚାବି ଉପସ୍ଥାପନ କରିବେ। ଚାବି ଉପସ୍ଥାପନ ହେଲା ପରେ, ରତ୍ନଭଣ୍ଡାର କେବେ ଖୋଲାଯିବ ସେନେଇ ନିଷ୍ପତ୍ତି ନିଆଯିବ। ତେବେ ବହୁ ଦଶନ୍ଧିରୁ ଖୋଲା ଯାଇନଥିବା ପୁରୁଣା ତାଲା କଳଙ୍କି କିମ୍ବା ଅନ୍ୟ କୌଣସି କାରଣରୁ ଡୁପ୍ଲିକେଟ ଚାବିରେ ନଖୋଲିଲେ, ତାଲାକୁ ଭାଙ୍ଗି ଦିଆଯିବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |