ଆଜି ଶ୍ରୀକ୍ଷେତ୍ରରେ ହେରା ପଞ୍ଚମୀ

 ପୁରୀ,୧୧ା୭:ଆଜି ହେରା ପଞ୍ଚମୀ। ଏଥିଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ହୋଇଛି। ନବଦିନାତ୍ମକ ଘୋଷଯାତ୍ରାରେ ସାଙ୍ଗରେ ଆଣିନଥିବାରୁ ଶ୍ରୀମନ୍ଦିରରୁ ଶ୍ରୀଦେବୀ ଆସିବେ ଗୁଣ୍ଡିଚା ମନ୍ଦିର ।  କାଳିଆ ଠାକୁରଙ୍କୁ ଫେରାଇ ନେବାକୁ ଅଭିମାନିନୀ ମାଆ ଲକ୍ଷ୍ମୀ ଗୁଣ୍ଡିଚା ମନ୍ଦିର ବିଜେ କରିବେ । ପରମ୍ପରା ଅନୁଯାୟୀ, ଆଜି ସଂଧ୍ୟାରେ ମହାଲକ୍ଷ୍ମୀ ଏକ ସ୍ୱତନ୍ତ୍ର ବିମାନରେ ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିରକୁ ଯିବେ। ଘଣ୍ଟଘଣ୍ଟା, କାହାଳୀ ଶୋଭାଯାତ୍ରାରେ ବଡ଼ଦାଣ୍ଡ ଦେଇ ଶ୍ରୀଗୁଣ୍ଡିଚା ମନ୍ଦିରଠାରେ ପହଞ୍ଚିବେ। କାଳିଆ ଠାକୁର ଜନ୍ମବେଦୀକୁ ଆସିବା ବେଳେ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ଆଣି ନ ଥିବାରୁ  ମା’ ଅଭିମାନ କରିଛନ୍ତି। ସେହିପରି ୯ ଦିନର ଯାତ୍ରା ନ ସରିବା ପର୍ଯ୍ୟନ୍ତ ମହାପ୍ରଭୁ ଶ୍ରୀମନ୍ଦିର ଫେରିବେ ନାହିଁ ବୋଲି  ମା’ଲକ୍ଷ୍ମୀଙ୍କୁ କହିଥାନ୍ତି। ଏଥିରେ ରାଗିଯାଇ ଫେରିଲା ବେଳେ ପରମ୍ପରା ମୁତାବକ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ବିଜେ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ଉପରେ ରାଗ ସୁଝାଇବେ। ରଥ ଭାଙ୍ଗି ପୁଣି ଶ୍ରୀମନ୍ଦିର ଚାଲିଯିବେ।ହେରାପଞ୍ଚମୀ ନୀତିପରେ ବାହୁଡାଯାତ୍ରା ପ୍ରସ୍ତୁତି ଆରମ୍ଭ ହୋଇଥାଏ। ପରମ୍ପରା ଅନୁଯାୟୀ ହେରା ପଞ୍ଚମୀ ପରଦିନ ଗୁଣ୍ଡିଚା ମନ୍ଦିରରେ ସକାଳ ଧୂପ ନୀତି ଶେଷ ହେବା ପରେ ତିନି ଠାକୁରଙ୍କ ଆଜ୍ଞାମାଳକୁ ତିନି ଜଣ ପାଳିଆ ପୂଜା ପଣ୍ଡା ହସ୍ତରେ ଧାରଣ କରି ଘଣ୍ଟ, ଛତା ଓ କାହଳି ସହ ତିନି ରଥକୁ ଉକ୍ତ ଆଜ୍ଞାମାଳ ପ୍ରଦାନ କରିଥାନ୍ତି। ଏହା ପରେ ତିନି ରଥର ଦକ୍ଷିଣ ମୋଡ଼ ହୋଇଥାଏ।  ତିନିରଥ ଶ୍ରୀଗୁଣ୍ଡିଚା ମନ୍ଦିରର ସିଂହଦ୍ୱାରଠାରେ ଥାଏ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!