ଭୁବନେଶ୍ୱର,,୧୧ା୭ : ରାଜ୍ୟରେ ମୌସୁମୀ ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିଶେଷ ବର୍ଷା ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୧୩ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।ରାଜ୍ୟରେ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟାରେ କିଛି ସ୍ଥାନରେ ହାଲୁକା ବର୍ଷା ହୋଇଥିବାବେଳେ ନବରଙ୍ଗପୁରରେ ସର୍ବାଧିକ ୬୦ ମିଲିମିଟର ବର୍ଷା ହେଇଛି ।ରାଜ୍ୟରେ ଏବେ ସୁଦ୍ଧା ୨୮ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ପାଣିପାଗ ବିଭାଗ ଆକଳନ ଅନୁସାରେ ବର୍ତ୍ତମାନ ସୁଦ୍ଧା ୩୦୪ ଦଶମିକ ୨ ମିଲିମିଟର ବର୍ଷା ହେବା କଥା କିନ୍ତୁ ୨୧୯ ଦଶମିକ ୯ ମିଲିମିଟର ବର୍ଷା ହୋଇଛି । ୧୬ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ବେଳେ ୧୩ଟି ଜିଲ୍ଲାରେ ସ୍ଵାଭାବିକ ବର୍ଷା ହୋଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |