ଶ୍ରୀମନ୍ଦିରର ନୂଆ ମୁଖ୍ୟ ପ୍ରଶାସକ ହେଲେ ଅରବିନ୍ଦ ପାଢ଼ୀ

ଭୁବନେଶ୍ୱର,୧୨ା୭:ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ହୋଇଛନ୍ତି ଅରବିନ୍ଦ ପାଢ଼ୀ। ବରିଷ୍ଠ ଆଇଏସ ଅଧିକାରୀ ଅରବିନ୍ଦ ପାଢୀଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ମିଳିଛି। ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଅରବିନ୍ଦ ପାଢୀଙ୍କୁ ମିଳିଲା ଦାୟିତ୍ବ। ଗୁରୁବାର ରାତି ଅଧିଆ ଆଇନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି। ଅରବିନ୍ଦ ପାଢୀ ବର୍ତ୍ତମାନ କୃଷି ବିଭାଗର ପ୍ରମୁଖ ଶାସନ ସଚିବ ରହିଥିବା ବେଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ବ ଦେଇଛନ୍ତି ରାଜ୍ୟ ସରକାର। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅରବିନ୍ଦ ପାଢୀଙ୍କର ମଧ୍ୟ ପୁରୁଣା ଅଭିଜ୍ଞତା ରହିଛି।୨୦୧୪ରେ ଅରବିନ୍ଦ ପାଢୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱରେ ରହିଥିଲେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ତାଙ୍କର ଅନେକ ଅନୁଭୂତି ଓ ଅଭିଜ୍ଞତା ରହିଛି। ମଙ୍ଗଳବାର ପହଣ୍ଡି ବେଳେ ବଡଠାକୁର ହାମୁଡାଇ ପଡ଼ିବା ଏବଂ ରଥଟଣା ବେଳେ ଭିଡ଼ରେ ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହେବା ସହ ଠେଲାପେଲାରେ ଅନେକ ଆହତ ହୋଇଥିଲେ। ଏହାପରେ ଶ୍ରୀମନ୍ଦିର ପ୍ରଶାସନର ବ୍ୟବସ୍ଥା ଉପରେ ଅନେକ ପ୍ରଶ୍ନ ଉଠିଥିଲା। ଏହାରି ଭିତରେ ଅରବିନ୍ଦ ପାଢୀଙ୍କୁ ଗୁରୁ ଦାୟିତ୍ୱ ଦେଇଛନ୍ତି ସରକାର।ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ହେବା ପରେ ଅରବିନ୍ଦ ପାଢ଼ୀ କହିଛନ୍ତି, ସବୁ ମହାପ୍ରଭୁଙ୍କ ଇଚ୍ଛା।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!