୨୫ରେ ଆସିବ ରାଜ୍ୟ ବଜେଟ

ଭୁବନେଶ୍ୱର,୧୨ା୭:ରାଜ୍ୟରେ ଆସନ୍ତା ୨୫ ତାରିଖରେ   ପ୍ରଥମ ବଜେଟ। ଜୁଲାଇ ୨୨ରେ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ପରେ ୨୫ ତାରିଖରେ ଉପସ୍ଥାପନ ହେବ ୨୦୨୪-୨୦୨୫ ମସିହା ପାଇଁ ରାଜ୍ୟ ବଜେଟ୍। ତା’ପୂର୍ବରୁ ଆଜି ପ୍ରାକ୍ ବଜେଟ୍ ପରାମର୍ଶ ଗ୍ରହଣ କରାଯିବ।ଲୋକସେବା ଭବନରେ ଦିନ ସାଢେ ୧୧ଟାରେ ଆରମ୍ଭ ହେବ କାର୍ଯ୍ୟକ୍ରମ। ଅତିଥିମାନଙ୍କ ସହ ଆଲୋଚନା ଏବଂ ମତାମତ ସଂଗ୍ରହ କରାଯିବ।ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ବଜେଟ୍ ସଂପର୍କରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ଆଲୋଚନା କରିଥିଲେ।ଏହାସହ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନା ନେଇ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଥିଲା। ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକରେ ଉପସ୍ଥିତ ଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ପ୍ରମୁଖ।।ପୂର୍ବରୁ ରାଜ୍ୟ ବଜେଟ୍ ପାଇଁ ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବର୍ଷ ୨୦୨୪-୨୫ ପୂର୍ଣ୍ଣାଙ୍ଗ ବଜେଟ୍ ପାଇଁ ସ୍ୱତନ୍ତ୍ର ୱେବ୍ ପୋର୍ଟାଲ୍, ମେଲ୍, ହ୍ୱାଟ୍ସଆପ୍ ଓ SMS ଜରିଆରେ ମତାମତ ଦେବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଥିଲେ ମୁଖ୍ୟମନ୍ତ୍ରୀ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!