ଭୁବନେଶ୍ୱର,୧୨ା୭:ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହୋଇପାରେ। ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏହା ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ହେଲେ କାଲିଠୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଆସନ୍ତାକାଲି ଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ। ଆସନ୍ତା ତିନିଦିନ ଧରି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି,୧୩ ତାରିଖଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ୧୩ ,୧୪ ଓ ୧୫ ତାରିଖରେ ରାଜ୍ୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବ। ୧୩ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି , କନ୍ଧମାଳ, ମୟୂରଭଞ୍ଜ ଓ କେଉଁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |