ପୁରୀ,୧୨ା୭: ଜନ୍ମବେଦୀରେ ସରି ସରି ଆସୁଛି ମହାପ୍ରଭୁଙ୍କ ଲୀଳାଖେଳା । ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଆଜି ତିନି ରଥର ଦକ୍ଷିଣ ମୋଡ଼ କରାଯାଉଛି । ଆଜ୍ଞାମାଳ ବିଜେ ପରେ ରଥର ଦକ୍ଷିଣ ମୋଡ଼ କରାଯାଉଛି । ନାକଚଣା ଦ୍ବାର ସମ୍ମୁଖ ଶରଧାବାଲିରେ ଲାଗିବ ଦର୍ପଦଳନ, ତାଳଧ୍ବଜ ଓ ନନ୍ଦିଘୋଷ ରଥ । ପରମ୍ପରା ଅନୁସାରେ ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥର ଦକ୍ଷିଣ ମୋଡ଼ କରାଯାଇଛି । ନବ ଦିନାତ୍ମକ ଯାତ୍ରାରେ ରଥ ଚଢ଼ି ଭାଇ ଭଉଣୀଙ୍କୁ ସାଙ୍ଗରେ ନେଇ ଜନ୍ମବେଦୀ ବିଜେ କରିଛନ୍ତି କାଳିଆ ସାଆନ୍ତ । ଶ୍ରୀମନ୍ଦିର ବାହୁଡିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆଜ୍ଞାମାଳ ବିଜେ ପରେ ଶୁକ୍ରବାର ୩ ରଥର ଦକ୍ଷିଣ ମୋଡ଼ କରାଯାଉଛି। ଶ୍ରୀଗୁଣ୍ଡିଚା ମନ୍ଦିରରେ ସକାଳ ଧୂପ ସମ୍ପନ୍ନ ହେବା ପରେ ତିନିବାଡ଼ରୁ ଆଜ୍ଞାମାଳ ଆସି ତିନି ରଥରେ ପହଞ୍ଚି ଥିଲା। ପରେ ରଥର ଦକ୍ଷିଣ ମୋଡ଼ ପ୍ରକ୍ରିୟା ଆରମ୍ଭ ହୋଇଥିଲା।ପରମ୍ପରା ଅନୁଯାୟୀ, ପ୍ରଥମେ ସୁଭଦ୍ରାଙ୍କ ଦେବଦଳନ ରଥର ଦକ୍ଷିଣ ମୋଡ଼ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ପରେ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଏବଂ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥକୁ ଦକ୍ଷିଣ ମୋଡ଼ କରାଯାଇ ନାକଚଣା ଦ୍ୱାର ସମ୍ମୁଖ ଶରଧାବାଲିରେ ରଖାଯାଇଛି।ଗତକାଲି ଶ୍ରୀଜିଉଙ୍କ ପବିତ୍ର ହେରା ପଞ୍ଚମୀ ନୀତି ସମ୍ପନ୍ନ ହୋଇଛି । ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ମହାପ୍ରଭୁ ମହାଲକ୍ଷ୍ମୀଙ୍କୁ ଶ୍ରୀମନ୍ଦିରରେ ଛାଡ଼ି ଆସିଥିବାରୁ ତାଙ୍କ ଉପରେ ଅଭିମାନ କରି ମାଆ ଲକ୍ଷ୍ମୀ ଠାକୁରାଣୀ ରାଗରେ ଜର୍ଜରିତ ହୋଇ ନନ୍ଦିଘୋଷ ରଥର କାଠ ଖଣ୍ଡେ ଭାଙ୍ଗିଥିଲେ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |