ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ : ୱାର୍ଣ୍ଣିଂ ଜାରି

ଭୁବନେଶ଼୍ବର, ୧୩।୦୭:ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏହା ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ହେଲେ ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।ବଙ୍ଗୋପସାଗରରେ ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଆଗାମୀ ୪ ଦିନ ଯାଏଁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ। ୧୪ ଓ ୧୫ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ କରିଛି ପାଣିପାଗ ବିଭାଗ । ଆଜି ପାଇଁ ୮ ଜିଲ୍ଲା, ଆସନ୍ତାକାଲି ପାଇଁ ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।ପାଣିପାଗର କେନ୍ଦ୍ରର ସୂଚନା ଅନୁସାରେ,ଆଗାମୀ ୪ ଦିନ ଯାଏ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ। ୧୩, ୧୪ ଓ ୧୫ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୧୩ ତାରିଖରେ ମାଲକାନଗିରି,ନବରଙ୍ଗପୁର, କୋରାପୁଟ, ରାୟଗଡା, ଗଜପତି , କନ୍ଧମାଳ, ମୟୂରଭଞ୍ଜ ଓ କେଉଁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିସହ ବିଜୁଳି ଘଡ଼ଘଡ଼ି ମଧ୍ୟ ହେବ। ସେହିପରି ୧୪ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର,ଦେବଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ  ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହେବ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!