ଆସନ୍ତାକାଲି ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ

ପୁରୀ, ୧୬ା୭:ଆସନ୍ତାକାଲି ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ|ଜନ୍ମବେଦୀରେ ଲୀଳାଖେଳା ସାରି ବାହୁଡ଼ିଛନ୍ତି ଶ୍ରୀଜିଉ। ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ, ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ସିଂହଦ୍ୱାରରେ ପହଞ୍ଚିଛନ୍ତି।ସିଂହଦ୍ୱାରରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ପ୍ରବଳ ଭିଡ଼ ଜମିଛି। ଆସନ୍ତାକାଲି ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ।। ମହଣ ମହଣ ରତ୍ନ ଅଳଙ୍କାରରେ ଆଭୂଷିତ ହେବେ ଶ୍ରୀଜିଉ। ତା’ପରେ ଅଧରପଣା ଏବଂ ଶୁକ୍ରବାର ରହିଛି ମହାପ୍ରଭୁଙ୍କ ନୀଳାଦ୍ରି ବିଜେ।ଗତକାଲି ସୁରୁଖୁରୁରେ ମହାବାହୁଙ୍କ ବାହୁଡା ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଲକ୍ଷ୍ମୀ-ନାରାୟଣ ଭେଟ ପାଇଁ ଶ୍ରୀନଅର ସମ୍ମୁଖରେ ଅଟକିଥିଲେ କାଳିଆ ସାଆନ୍ତ। ଶ୍ରୀନଅରରୁ ବାହାରିମାଆ ଲକ୍ଷ୍ମୀଙ୍କୁ ରଥ ନିକଟକୁ ଆଣିଥିଲେ ଗଜପତି।ଏହାପରେ ରୀତିନୀତି ମୁତାବକ ଲକ୍ଷ୍ମୀନାରୟଣ ଭେଟ ଅନୁଷ୍ଠିତ ହୋଇଥିଲା। ଜୟ ଜଗନ୍ନାଥ ଧ୍ୱନୀ ସହ ଘଣ୍ଟଘଣ୍ଟା, ହରିବୋଲ ଓ ହୁଳହୁଳିରେ ପ୍ରକମ୍ପିତ ହେଉଛି ଶ୍ରୀକ୍ଷେତ୍ରର ଗଗନପବନ। ସିଂହଦ୍ୱାର ଅଭିମୁଖେ ଆସିବା ବାଟରେ ମାଉସୀ ମାଆ ମନ୍ଦିର ନିକଟରେ ଶ୍ରୀଜିଉଙ୍କୁ ପୋଡ଼ପିଠା ଲାଗି ହୋଇଥିଲା।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!