୧୯ରେ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୧୬।୭: ଆସନ୍ତା ୧୯ରେ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟ ଭାଜପାର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ବସିବାକୁ ଅଛି।  ପୁରୀରେ ଆସନ୍ତା ୧୯ ଏବଂ ୨୦ରେ ବିଜେପିର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଏହାକୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା ବୈଠକକୁ ଉଦଘାଟନ କରିବେ। ପୁରୀର ବଳିଆ ପଣ୍ଡା ସ୍ଥିତ ବା ବ୍ଲୁ ଲିଲି ହୋଟେଲ ଠାରେ ଏହି ବୈଠକ ହେବ। ଏନେଇ ସୂଚନା ଦାେଇଛନ୍ତି ରାଜ୍ୟ ବିଜେପି ଉପସଭାପତି ବିରଞ୍ଚି ନାରାୟଣ ତ୍ରିପାଠୀ । ଯେଉଁଥିରେ ନଡ୍ଡା ଯୋଗ ଦେବେ ବୋଲି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ମଙ୍ଗଳବାର ସୂଚନା ଦେଇଛନ୍ତି। ତେବେ ସ୍ବାସ୍ଥ୍ୟଗତ ସମସ୍ୟା କାରଣରୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ନାହିଁ। ବୈଠକରେ ଆଗାମୀ ଦିନର ରଣନୀତି ଓ କାର୍ଯ୍ୟପନ୍ଥା ଦଳ ପ୍ରସ୍ତୁତ କରିବ ବୋଲି ମନମୋହନ କହିଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!