ନୂଆଦିଲ୍ଲୀ,୧୬।୭: ସଂସଦର ବଜେଟ୍ ଅଧିବେଶନ ପୂର୍ବରୁ କେନ୍ଦ୍ର ସରକାର ରବିବାର ସର୍ବଦଳୀୟ ବୈଠକ ଡାକିଛନ୍ତି। ଏହି ବୈଠକରେ ସଂସଦର ଉଭୟ ଗୃହକୁ ସୁରୁଖୁରୁରେ ଚଳାଇବା ପାଇଁ ସରକାର ସମସ୍ତ ରାଜନୈତିକ ଦଳର ସହଯୋଗ ଲୋଡ଼ିବେ। ଚଳିତ ମାସ ୨୨ ତାରିଖରୁ ଆସନ୍ତା ମାସ ୧୨ ତାରିଖ ପର୍ଯ୍ୟନ୍ତ ବଜେଟ୍ ଅଧିବେଶନ ଅନୁଷ୍ଠିତ ହେବ। ଜୁଲାଇ୨୩ ତାରିଖରେ କେନ୍ଦ୍ରୀୟ ବଜେଟ୍ ଉପସ୍ଥାପନ କରାଯିବ। ମୋଦି ସରକାରଙ୍କ ତୃତୀୟ ପାଳିରେ ଏହା ହେବ ପ୍ରଥମ ବଜେଟ୍। ଗତ ମାସରେ ସଂସଦର ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧିତ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଥିଲେ ଯେ ଏହି ବଜେଟ୍ ସରକାରଙ୍କ ସୁଦୂରପ୍ରସାରୀ ନୀତି ଏବଂ ଭବିଷ୍ୟତ ଦୃଷ୍ଟିକୋଣର ଏକ ପ୍ରଭାବଶାଳୀ ଦସ୍ତାବିଜ ହେବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |