ଭୁବନେଶ୍ୱର,୧୮।୭:ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ଏଥିରେ କୃଷି ସମ୍ପର୍କିତ ଏକ ଘୋଷଣା ହୋଇପାରେ ବୋଲି ସୂଚନା ମିଳିଛି। ଆଜି ମଧ୍ୟ ମନ୍ତ୍ରୀ ପରିଷଦ ବୈଠକ ରହିଛି। ସକାଳ ୯ଟା ୩୦ରେ ଏହି ବୈଠକ ବସିବ। ବଜେଟ ଅଧିବେଶନ ପୂର୍ବରୁ ବସିବ ଏହି ଗୁରୁତ୍ବପୂର୍ଣ୍ଣ ବୈଠକ ବସିବାକୁ ଯାଉଛି । ଆସନ୍ତା ୨୫ ତାରିଖରେ ବିଧାନସଭାରେ ଆଗତ ହେବ ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |