ଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ,, ଅନୁପମ ଶାହ ଅତିରିକ୍ତ ସଚିବ

ଭୁବନେଶ୍ୱର,୧୮ା୭: ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ କଟକ ଜିଲାପାଳ ଅରିନ୍ଦମ ଡାକୁଆଙ୍କୁ ନିଯୁକ୍ତି ମିଳିଛି । ସେହିଭଳି ଜଗତସିଂହପୁର ଜିଲାପାଳ ଅନୁପମ ଶାହା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅତିରିକ୍ତ ସଚିବ ନିଯୁକ୍ତ ହୋଇଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ୨୦୧୧ ବ୍ୟାଚ୍ ଆଇଏଏସ୍ ଅରିନ୍ଦମ ଡାକୁଆ ଓ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ୨୦୧୨ ବ୍ୟାଚ୍ ଆଇଏଏସ୍ ଅନୁପମ ଶାହଙ୍କୁ ନିଯୁକ୍ତି ମିଳିଛି। ଏହି ଦୁଇ ଓଡ଼ିଆ ଆଇଏଏସ ଏବେ ଜିଲ୍ଲାପାଳ ଭାବେ କାର୍ଯ୍ୟ କରୁଛନ୍ତି।ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ ୨୦୧୧ ବ୍ୟାଚ୍ ଆଇଏଏସ ତଥା କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ମିଳିଛି। ସେହିପରି ଜଗତସିଂହପୁର ଜିଲ୍ଲାପାଳ ୨୦୧୨ ବ୍ୟାଚ୍ ଆଇଏଏସ୍ ଅନୁପମ ଶାହଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଅରିନ୍ଦମଙ୍କ ଘର ଭଞ୍ଜନଗର ଅଂଚଳରେ ହୋଇଥିବାବେଳେ ଅନୁପମଙ୍କ ଘର କଳାହାଣ୍ଡି ଜିଲ୍ଲାରେ।  ସାଧାରଣ ନିର୍ବାଚନ ପୂର୍ବରୁ ନିର୍ଦ୍ଦେଶକ ପାହ୍ୟାର ଏହି ଦୁଇ ଅଫିସରଙ୍କୁ ଜିଲ୍ଲାପାଳ ଭାବେ ନିର୍ବାଚନ କମିଶନ ନିଯୁକ୍ତି ଦେଇଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!