ଆଜି ସକାଳ ସାଢ଼େ ୧୦ଟାରେ କ୍ୟାବିନେଟ୍ ବୈଠକ

ନୂଆଦିଲ୍ଲୀ,୧୮ା୭:ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ ବୋଲି  ସୂଚନା ଦିଆଯାଇଛି। ଆସନ୍ତା ୨୨ ତାରିଖରୁ ସଂସଦର ମୌସୁମୀ ଅଧÒବେଶନ ଆରମ୍ଭ ହେବା ସହିତ ୨୩ ତାରିଖରେ ବଜେଟ୍‌ ଉପସ୍ଥାପନ ହେବାକୁ ଥିବାରୁ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଏହି ବୈଠକରେ ଆଲୋଚନା କରାଯିବାର ସମ୍ଭାବନା ରହିଛି। ବିଶେଷକରି ମୌସୁମୀ ଅଧିବେଶନ କାଳରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିରୋଧୀ କେନ୍ଦ୍ର ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଥିବାରୁ ସ୍ଥିତି ମୁକାବିଲା କରିବା ଲାଗି ଆବଶ୍ୟକ ରଣନୀତି ପ୍ରସ୍ତୁତ କରିବା ଦିଗରେ ଏହି ବୈଠକରେ ଆଲୋଚନା ହୋଇପାରେ ବୋଲି କୁହାଯାଉଛି। ମୌସୁମୀ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ୨୧ ତାରିଖରେ କେନ୍ଦ୍ର ସରକାର ସର୍ବଦଳୀୟ ବୈଠକ ଡାକିଛନ୍ତି। ଏହି ବୈଠକରେ ମଧ୍ୟ ସବୁ ବିରୋଧୀ ଏକାଠି ହୋଇ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିବେ ବୋଲି କୁହାଯାଉଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!