ଭୁବନେଶ୍ବର,୧୮।୭: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏନେଇ ସୂଚନା ଦେଇଛି। କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେବା ପରେ ଏହାଦ୍ୱାରା ପ୍ରଭାବିତ ହେବାକୁ ଥିବା ୧୪ ଜିଲାର ଜିଲାପାଳଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର। ଲଘୁଚାପ ପ୍ରଭାବରେ ଉତ୍ତର ବଙ୍ଗୋପସାଗରରେ ଅବସ୍ଥିତ ବଙ୍ଗୋପସାଗରର ଗଭୀର ସମୁଦ୍ର ଅଞ୍ଚଳରେ ୪୦ ରୁ ୫୦ କିଲୋମିଟର ପର୍ଯ୍ୟନ୍ତ ପବନ ବହିବାର ସମ୍ଭାବନା ରହିଛି।ଏହାସହ ଜଡିତ ସଂପୃକ୍ତ ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଦିଗକୁ ଢଳିରହିଛି। ଲଘୁଚାପ କ୍ଷେତ୍ର ଅଧିକ ଘନିଭୂତ ହୋଇ ଉତ୍ତର ପଶ୍ଚିମ ଦିଗରେ ଗତି କରି, ଆସନ୍ତା ଦୁଇ ଦିନରେ ଓଡିଶା ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଗୋଟିଏ ଲଘୁଚାପ ସକ୍ରିୟ ରହିଥିବାବେଳେ ଆଉ ଏକ ଲଘୁଚାପ ସୃଷ୍ଟି ହେଉଥିବାରୁ, ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।ଏହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀମାନଙ୍କୁ ୧୮ ଜୁଲାଇ, ୨୦୨୪ ରେ ଉତ୍ତର ବଙ୍ଗୋପସାଗରର ଉତ୍ତର ସମୁଦ୍ରର ଗଭୀର ସମୁଦ୍ର ଅଞ୍ଚଳକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ଏବଂ ଓଡ଼ିଶା ଉପକୂଳରେ, ଉତ୍ତର ବଙ୍ଗୋପସାଗରର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ୧୯ ରୁ ୨୨ ଜୁଲାଇ, ୨୦୨୪ ପର୍ଯ୍ୟନ୍ତ ନ ଯିବାକୁ ପରାମର୍ଶ ଦିଆଯାଇଛି। ସେହିପରି ସମୁଦ୍ରରେ ଥିବା ମତ୍ସ୍ୟଜୀବୀମାନଙ୍କୁ ଉପକୂଳ ଫେରିବାକୁ ପରାମର୍ଶ ଦିଆଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |