ଲଘୁଚାପ ଅବପାତରେ ପରିଣତ ,ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୯।୭:  ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ୱେଲ୍ ମାର୍କଡ ଲୋ- ପ୍ରେସର ବା ସୁଦୃଶ୍ୟ ଲଘୁଚାପଟି ଆଜି ଅବପାତରେ ପରିଣତ ହୋଇଛି। ଏହାରି ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଏହି ସ୍ଥିତି ଆହୁରି ୪ ଦିନ ପର୍ଯ୍ୟନ୍ତ ଜାରି ରହିବ। ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରକୋପ ଅଧିକ ରହିବା ନେଇ ଆଶଙ୍କା କରାଯାଉଛି। ଆଗାମୀ ୨୪ ଘଣ୍ଟା ପାଇଁ ରାଜ୍ୟ ବିଭିନ୍ନ ଜିଲ୍ଲାକୁ ରେଡ, ଅରେଞ୍ଜ ଓ ୟେଲୋ ଆଲର୍ଟ ଜାରି କରାଯାଇଛି।ପୁରୀ ଠାରୁ ଦକ୍ଷିଣପୂର୍ବ ଦିଗରେ ପ୍ରାୟ ୭୦ କିମି ଦୂରରେ ଏବଂ ଗୋପାଳପୁରରୁ ପୂର୍ବରେ ୧୩୦ କିମି ଦୂରରେ ଏବେ ଅବପାତ ରହିଛି।ଆସନ୍ତା କାଲି ସକାଳ ସୁଦ୍ଧା ଉତ୍ତରପଶ୍ଚିମ ମୁହାଁ ହୋଇ ପୁରୀ ଅତିକ୍ରମ କରିବ। ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୨୩ ତାରିଖ ଯାଏ ପ୍ରବଳ ବର୍ଷା ଲାଗି ରହିବ। ତେବେ ଆଜି ଅର୍ଥାତ ଶୁକ୍ରବାର କୋରାପୁଟ, ମାଲକାନଗିରି, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ରେଡ୍ ଓ୍ବାର୍ନିଂ ଦିଆଯାଇଛି।ସେହିଭଳି ୭ ଜିଲାକୁ ଅରେଞ୍ଜ ଓ ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ଭୁବନେଶ୍ୱର। ଏହାସହିତ ଶନିବାର ପାଇଁ କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।ଲଘୁଚାପକୁ ଦୃଷ୍ଟିରେ ରଖି ଅପରପକ୍ଷେ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମତ୍ସ୍ୟଜୀବୀଙ୍କୁ ୧୯ରୁ ୨୨ତାରିଖ ପର୍ଯ୍ୟନ୍ତ ଉତ୍ତର ବଙ୍ଗୋପସାଗର ତତ୍‌ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରର ସମୁଦ୍ର ମଧ୍ୟଭାଗକୁ ଯିବା ପାଇଁ ବାରଣ କରାଯାଇଛି। ଯେକୌଣସି ପରିସ୍ଥିତି ଆସିଲେ ତାକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିବାକୁ କୁହାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!