ଭୁବନେଶ୍ୱର,୧୯।୭: ଆଜି ରାଜ୍ୟ ପାଳୁଛୁ ୧୦ମ ରସ ଗୋଲା ଦିବସ। ଶ୍ରୀଜଗନ୍ନାଥ ସଂସ୍କୃତିରେ ରସଗୋଲର ବେଶ୍ ଗୁରୁତ୍ୱ ରହିଛି। ପ୍ରତିବର୍ଷ ଚତୁର୍ଦ୍ଧା ମୂରତିଙ୍କ ନୀଳାଦ୍ରି ବିଜେ ଅବସରରେ ରସଗୋଲା ଭୋଗ ଲାଗୁଥିବାରୁ ଏହି ଦିନକୁ ରସଗୋଲା ଦିବସ ଭାବେ ପାଳନ କରାଯାଉଛି । ଏହାସହ ସାରା ବିଶ୍ୱରେ ରସଗୋଲାକୁ ଅଧିକ ପରିଚିତ କରିବା ଉଦ୍ଦେଶ୍ୟରେ ମଧ୍ୟ ଏହି ଦିବସକୁ ପାଳନ କରାଯାଏ ।ପ୍ରତିବର୍ଷ ଭଳି ଏବର୍ଷ ମହାପ୍ରଭୁଙ୍କ ନୀଳାଦ୍ରିବିଜେ ଅବସରରେ ପାଳନ ହେଉଛି ରସଗୋଲା ଦିବସ। ରସଗୋଲା ହେଉଛି ମିଠାମାନଙ୍କ ରାଜା। ଓଡ଼ିଆମାନଙ୍କ ପ୍ରିୟ ଖାଦ୍ୟ ମଧ୍ୟରୁ ରସଗୋଲା ଅନ୍ୟତମ। କେତେକ ଓଡ଼ିଆ ଗବେଷକଙ୍କ ମତରେ ଜଗନ୍ନାଥ ପରମ୍ପରାରେ ରସଗୋଲାର ବ୍ୟବହାର ଦ୍ୱାଦଶ ଶତାବ୍ଦୀରୁ ଚାଲିଆସୁଛି। ବିଶ୍ୱାସ ରହିଛି, ନୀଳାଦ୍ରି ବିଜେରେ ଅଭିମାନିନୀ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ମହାପ୍ରଭୁ ଜଗନ୍ନାଥ ମା’ ଲକ୍ଷ୍ମୀଙ୍କୁ ରସଗୋଲା ଭେଟି ଦିଅନ୍ତି। ଏହାପରେ ମହାପ୍ରଭୁ ଜଗନ୍ନାଥ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଥାନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |