ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ବର,୨୦।୭ : ଓଡ଼ିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ(ଓୟୁଏଟି) ୪୦ତମ ସମାବର୍ତ୍ତନ ଉତ୍ସବ ପାଳନ କରିବାକୁ ଯାଉଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନିମନ୍ତ୍ରଣ କରାଯାଇଛି। ଏ ସମ୍ବନ୍ଧରେ କୁଳାଧିପତି ତଥା ରାଜ୍ୟପାଳ ରଘୁବର ଦାସଙ୍କ କାର୍ଯ୍ୟାଳୟରୁ ଅନୁମୋଦନ ମିଳିସାରିଥିବାରୁ ଓୟୁଏଟି ପକ୍ଷରୁ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟକୁ ନିମନ୍ତ୍ରଣପତ୍ର ମାଧ୍ୟମରେ ଅନୁରୋଧ କରାଯାଇଛି। ନିମନ୍ତ୍ରଣ ଉପରେ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍ପଷ୍ଟ କରାଯିବା ପରେ ଏ ସଂକ୍ରାନ୍ତରେ ଓୟୁଏଟି ପକ୍ଷରୁ ବିଧିବଦ୍ଧ ତାରିଖ ଘୋଷଣା କରାଯିବା ନେଇ ସୂଚନା ମିଳିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!