ଭୁବନେଶ୍ୱର,୨୦।୭:ରାଜ୍ୟ ସରକାର ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାଁ ବଦଳାଇ ଦେଇଛନ୍ତି। ଏହାର ନୂଆ ନାଁ ରଖାଯାଇଛି ‘ଓଡ଼ିଶା ରାଜ୍ୟ କ୍ରୀଡ଼ା ସମ୍ମାନ’। ଏହା ସହିତ ରାଜ୍ୟ କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ଏହି ସମ୍ମାନକୁ ନେଇ ନୂଆ ଗାଇଡ୍ ଲାଇନ୍ ଜାରି କରାଯାଇଛି।ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସରକାର ଅମଳରେ ଏହି ପୁରସ୍କାର ଆରମ୍ଭ କରାଯାଇଥିଲା। ସେ ଏହି ପୁରସ୍କାରର ନାମ ତାଙ୍କ ବାପା ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ନାଁରେ ରଖିଥିଲେ। ପ୍ରତିବର୍ଷ ଅଗଷ୍ଟ ୨୯ରେ ଜାତୀୟ କ୍ରୀଡ଼ା ଦିବସରେ ଏହି ପୁରସ୍କାର ଦିଆଯାଏ। ରାଜ୍ୟର ସଫଳ କ୍ରୀଡ଼ାବିତ୍, କୋଚ୍, କ୍ରୀଡ଼ା ସାମ୍ବାଦିକ ଓ କ୍ରୀଡ଼ା ଅନୁଷ୍ଠାନକୁ ଏହି ପୁରସ୍କାର ପ୍ରଦାନ କରାଯାଏ।୫ଟି ବର୍ଗଙ୍କୁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପ୍ରଦାନ କରାଯାଉଥିଲା। ତେବେ ନୂଆ ସରକାର ଏହାର ନାଁ ବଦଳାଇବା ସହିତ ଆହୁରି ୩ଟି ବର୍ଗଙ୍କୁ ଏହି ପୁରସ୍କାର ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ଜାରି କରାଯାଇଥିବା ନୂଆ ଗାଇଡ୍ ଲାଇନ୍ରେ ଏହା ଉଲ୍ଲେଖ ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |