ଭୁବନେଶ୍ୱର,୨୦।୭: ଯୁକ୍ତ ଦୁଇ ୨୨୦୨୪ ୨୫ ଶିକ୍ଷା ବର୍ଷ ପାଇଁ ଶନିବାର ପ୍ରଥମ କଟ ଅଫ ମାର୍କ ପ୍ରକାଶ ପାଇଛି। ବାଣିଜ୍ୟ ଓ ବିଜ୍ଞାନରେ ଶୀର୍ଷରେ ରହିଛି ରେଭେନ୍ସା। କଳାରେ ୭୫. ୧୭% ସହ ଆଗରେ ରହିଚି ରେଭେନ୍ସା ହାୟର ସେକେଣ୍ଡାରୀ ସ୍କୁଲ। ସେହିପରି ବିଜ୍ଞାନରେ ୯୧.୫୦% ଓ ବାଣିଜ୍ୟରେ ୭୭% ସହ ରେଭେନ୍ସା ହାୟର ସେକେଣ୍ଡାରୀ ସ୍କୁଲ ଆଗରେ ରହିଛି।ମୋଟ ୪ ଲକ୍ଷ ୭୬ ହଜାର ୯୩ ଜଣ ଆବେଦନ କରିଥିଲେ। ୪ ଲକ୍ଷ ୨୬ ହଜାର ୪୭୨ ଜଣଙ୍କ ନାମ କଟ ଅଫ୍ ତାଲିକାରେ ରହିଛି। ବାଦ ପଡିଛନ୍ତି ୪୯ ହଜାର ୬୨୧ ଜଣ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |