ଭୁବନେଶ୍ବର,୨୧।୭:ଆସନ୍ତାକାଲିଠୁ ଆରମ୍ଭ ହେଉଛି ସପ୍ତଦଶ ବିଧାନସଭାର ବଜେଟ୍ ଅଧିବେଶନ । ରାଜ୍ୟରେ କ୍ଷମତାକୁ ଆସିବା ପରେ ବିଜେପି ସରକାରର ଏହା ପ୍ରଥମ ଅଧିବେଶନ । ଆସନ୍ତାକାଲି ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ ଏହି ଅଧିବେଶନ । ୨୪ ତାରିଖରେ ଉପବାଚସ୍ପତି ନିର୍ବାଚନ ହେବାକୁ ଥିବା ବେଳେ ଆସନ୍ତା ୨୫ ତାରିଖରେ ରାଜ୍ୟ ବଜେଟ ଉପସ୍ଥାପନ କରାଯିବ ।ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଜେଟ ଉପସ୍ଥାପନ କରିବେ । ତେବେ ଏହି ଅଧିବେଶନକୁ ସୁରୁଖୁରୁରେ ଚଳାଇବା ଲାଗି ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ସୁରମା ପାଢୀ । ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ଆଜି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ସର୍ବଦଳୀୟ ବୈଠକରେ ଯୋଗ ଦେବାକୁ ଅନୁରୋଧ କରିଛନ୍ତି ।ସେପଟେ ଆଜି ବସିବ ବିଜେପି ବିଧାୟକ ଦଳ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟା ୬ଟାରେ ବୈଠକ ବସିବ ବୋଲି ଜଣାପଡିଛି । ବିଧାନସଭାର ୫୪ ନମ୍ବର ହଲରେ ହେବ ବୈଠକ । ମୋହନ ସରକାରର ପ୍ରଥମ ବିଧାନସଭା ଅଧିବେଶନ ହେଉଥିବାରୁ ଶାସକ ଦଳ ଭାବେ ବିଜେପି କେଉଁ କେଉଁ ପ୍ରସଙ୍ଗ ଉଠାଇବ ସେନେଇ ବୈଠକରେ ଆଲୋଚନା ହୋଇପାରେ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |