ନୂଆଦିଲ୍ଲୀ,୨୨।୭:ଆଜିଠୁ ଆରମ୍ଭ ହେଉଛି ସଂସଦର ବଜେଟ୍ ଅଧିବେଶନ। ଏହା ଅଗଷ୍ଟ ୧୨ ତାରିଖ ଯାଏଁ ଚାଲିବ। ଅଧିବେଶନରେ ମୋଟ ୧୯ଟି କାର୍ଯ୍ୟଦିବସ ରହିଛି। ସରକାର ଏହି ସମୟରେ ୬ଟି ବିଲ୍ ଆଗତ କରିବାର ସମ୍ଭାବନା ରହିଛି। ଆସନ୍ତାକାଲି ବଜେଟ୍ ଉପସ୍ଥାପନ ହେବ।ମୋଦି ସରକାରଙ୍କ ତୃତୀୟ ପାଳିର ପ୍ରଥମ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଆଜି ପ୍ରଥମ ଦିନରେ ଗୃହରେ ଉପସ୍ଥାପନ ହେବ ଅର୍ଥନୈତିକ ସର୍ଭେ ରିପୋର୍ଟ।ବଜେଟ୍ ଅଧିବେଶନ ପୂର୍ବରୁ ଗୃହକାର୍ଯ୍ୟକୁ ସୁରୁଖୁରୁରେ ଚଳାଇବା ପାଇଁ ସବୁ ଦଳର ସହଯୋଗ ଲୋଡ଼ିଥିଲେ କେନ୍ଦ୍ର ସରକାର। ଆଜି କଂଗ୍ରେସର ସଂସଦୀୟ ଦଳ ବୈଠକ ବସିବାକୁ ଥିବା ବେଳେ, ନିଟ୍ ଅନିୟମିତତା, ବେରୋଜଗାରୀ ଓ ଜାତୀୟ ସୁରକ୍ଷା ଆଦି ପ୍ରସଙ୍ଗକୁ ନେଇ ସରକାରକୁ ଘେରିବାକୁ ପ୍ରସ୍ତୁତ ହେଉଛନ୍ତି ବିରୋଧୀ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |