ଭୁବନେଶ୍ଵର: ବିଧାନସଭାର ସପ୍ତଦଶ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ଆଜି ଦ୍ଵିତୀୟ ଦିନରେ ବି ସରଗରମ ହୋଇଛି ଗୃହ। ଗୃହ କାର୍ଯ୍ୟ ଆରମ୍ଭରୁ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ରାଜ୍ୟପାଳଙ୍କ ପୁଅ ଗିରଫ ଦାବିରେ ବିରୋଧୀମାନେ ଗୃହରେ ହଙ୍ଗାମା କରିଛନ୍ତି। ବିଜେପି ସରକାର ଓଡ଼ିଆ ଅସ୍ମିତା କଥା କହୁଥିବାରୁ ଟାର୍ଗେଟ କରିଛନ୍ତି ବିରୋଧୀ । ଗୃହ କାର୍ଯ୍ୟରେ ବାଧା ଉପୁଜିବାରୁ ପ୍ରଥମେ ଦିନ ୧୧ଟା ୩୦ ଏବଂ ପରେ ୪ଟା ଯାଏଁ ଗୃହକୁ ମୁଲତବୀ କରିଛନ୍ତି ବାଚସ୍ପତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |